ସେପ୍ଟେମ୍ବର ୨୦୨୪ ପରବର୍ତ୍ତୀ ସମୟ ପାଇଁ ନୂଆ ଅବକାରୀ ନୀତି ପ୍ରଣିତ
ଭୁବନେଶ୍ୱର: ରାଜ୍ୟ ସରକାର ଆଜି ସେପ୍ଟେମ୍ବର ୨୦୨୪ ପରବର୍ତ୍ତୀ ସମୟ ପାଇଁ ନୂଆ ଅବକାରୀ ନୀତି ପ୍ରଣୟନ କରିଛନ୍ତି I ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ପାଇଁ ନିମ୍ନଲିଖିତ ସର୍ତ୍ତ ମାନ ରଖା ଯାଇଛି I • ଚଳିତ ଆର୍ଥିକ ବର୍ଷରେ କୌଣସି ନୂଆ IMFL OFF shop / CL shop /OS shop ଖୋଲାଯିବା ନାହିଁ । • ଗ୍ରାମାଞ୍ଚଳ ରେ କେବଳ 3-star [...]
ଭୁବନେଶ୍ୱର: ରାଜ୍ୟ ସରକାର ଆଜି ସେପ୍ଟେମ୍ବର ୨୦୨୪ ପରବର୍ତ୍ତୀ ସମୟ ପାଇଁ ନୂଆ ଅବକାରୀ ନୀତି ପ୍ରଣୟନ କରିଛନ୍ତି I
ଏଥିରେ ବେଆଇନ ମଦ କାରବାରକୁ ରୋକିବା ତଥା ମଦ୍ୟପାନ ସମ୍ପର୍କରେ ଜନ ସଚେତନତା ସୃଷ୍ଟି ପାଇଁ ନିମ୍ନଲିଖିତ ସର୍ତ୍ତ ମାନ ରଖା ଯାଇଛି I
• ଚଳିତ ଆର୍ଥିକ ବର୍ଷରେ କୌଣସି ନୂଆ IMFL OFF shop / CL shop /OS shop ଖୋଲାଯିବା ନାହିଁ ।
• ଗ୍ରାମାଞ୍ଚଳ ରେ କେବଳ 3-star ଏବଂ ତଦୁର୍ଦ୍ଧ category ର ହୋଟେଲ ବ୍ୟତୀତ କୌଣସି ନୂଆ ON shop ଖୋଲା ଯିବାର ବ୍ୟବସ୍ତା କରାଯାଇନାହିଁ ।
• ଚଳିତ ଆର୍ଥିକ ବର୍ଷରେ ପୂର୍ବରୁ ନବୀକରଣ ହୋଇନଥିବା ୫୭ ଗୋଟି ON Shop ର ପୁନଃ ନବୀକରଣ କରାଯିବନାହିଁ ।
• ପ୍ରତିବର୍ଷ ବର୍ଦ୍ଧିତ ହେଉଥିବା MGQ factor ର ଚଳିତ ବର୍ଷ ବର୍ଦ୍ଧିତ ହେବନାହିଁ ।
• Bar ଗୁଡିକ କେବଳ ସଙ୍ଗୀତ ପରିବେଷଣ ର ଅନୁମତି ପାଇବେ । କିନ୍ତୁ ନୃତ୍ୟ ପରିବେଷଣ (Bar Dance)କୁ ଅନୁମତି ଦିଆଯିବ ନାହିଁ।
• ନିଶା ସେବନ ବିରୁଦ୍ଧ ରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଏକ ସ୍ଵତନ୍ତ୍ର ପାଣ୍ଠିର ବ୍ୟବସ୍ଥା କରିଛନ୍ତି।
. ବେଆଇନ ମଦ କାରବାରକୁ ରୋକିବା ଏବଂ ଚଢ଼ାଉ ଜୋରଦାର କରିବା ପାଇଁ ନୂଆ ଅବକାରୀ କେନ୍ଦ୍ର ପ୍ରତିଷ୍ଠା ସହ ନୂଆ ନିଯୁକ୍ତି, କର୍ମଚାରୀଙ୍କୁ ତାଲିମ ଏବଂ ଅଧିକ ଯାନ ଯୋଗାଇବା ପାଇଁ ନୂଆ ଅବକାରୀ ନୀତିରେ ବ୍ୟବସ୍ଥା ରହିଛି I
Odisha Vigilance Unearths 3 Multi Storeyed Buildings, Rs 6.50 Lakh Cash during Raids on Chhatrapur BEO’s Properties
Next ArticleBJD Demands Resignation of Excise Minister over Ganjam Hooch Tragedy
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
