ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସ ପରିଦର୍ଶନ
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କ ସହ କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସ ପରିଦର୍ଶନ କରି ସେଠାରେ ଥିବା ବିଭିନ୍ନ ସୁବିଧା ସୁଯୋଗ ସଂପର୍କରେ ଅନୁଧ୍ୟାନ ଓ ଆଲୋଚନା କରିଥିଲେ । ମୁଖ୍ୟ ଶାସନ ସଚିବ ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଇଣ୍ଡୋର ଆଥଲେଟିକ୍ସ ସେଣ୍ଟର, ଫୁଟବଲ ଷ୍ଟାଡିୟମ, ଭାରୋତ୍ତଳନ କେନ୍ଦ୍ର, ଜିମ୍ନାଷ୍ଟିକ୍ ସେଣ୍ଟର, ଆଵାଟିକ୍ ସେଣ୍ଟର, ହକି ହାଇ ପରଫର୍ମାନ୍ସ [...]
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କ ସହ କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସ ପରିଦର୍ଶନ କରି ସେଠାରେ ଥିବା ବିଭିନ୍ନ ସୁବିଧା ସୁଯୋଗ ସଂପର୍କରେ ଅନୁଧ୍ୟାନ ଓ ଆଲୋଚନା କରିଥିଲେ ।
ମୁଖ୍ୟ ଶାସନ ସଚିବ ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଇଣ୍ଡୋର ଆଥଲେଟିକ୍ସ ସେଣ୍ଟର, ଫୁଟବଲ ଷ୍ଟାଡିୟମ, ଭାରୋତ୍ତଳନ କେନ୍ଦ୍ର, ଜିମ୍ନାଷ୍ଟିକ୍ ସେଣ୍ଟର, ଆଵାଟିକ୍ ସେଣ୍ଟର, ହକି ହାଇ ପରଫର୍ମାନ୍ସ ସେଣ୍ଟର, ହକି ଷ୍ଟାଡିୟମ ଓ ବ୍ୟାଡମିଣ୍ଟନ ହାଇପରଫର୍ମାନ୍ସ ସେଣ୍ଟର ପରିଦର୍ଶନ କରିଥିଲେ । ଏହାପରେ ସେ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ପରିଦର୍ଶନ କରିଥିଲେ ”।
ଏହି ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ କ୍ରୀଡ଼ାବିତ୍ ଓ ପ୍ରଶିକ୍ଷକଙ୍କ ସହ ଅର୍ଥପୂର୍ଣ ଆଲୋଚନା କରିବା ସହ ସେମାନଙ୍କ ପ୍ରଶିକ୍ଷଣ ପ୍ରକ୍ରିୟା ଓ କମ୍ପ୍ଲେକ୍ସରେ ଅନୁଭୂତି ସମ୍ପର୍କରେ ଅବଗତ ହୋଇଥିଲେ । ଖେଳାଳିଙ୍କ ପ୍ରଦର୍ଶନ ଓ ସୁସ୍ଥତା ପାଇଁ ଷ୍ଟାଡିୟମରେ ଚାଲିଥିବା ହାଇ ପରଫେର୍ମାନ୍ସ ସେଣ୍ଟରର କାର୍ଯ୍ୟକ୍ରମ ସମ୍ପର୍କରେ ସେ ପଚାରି ବୁଝିଥିଲେ ।
ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କ୍ରୀଡ଼ା କ୍ଷେତ୍ରରେ କ୍ରୀଡ଼ା ବିଭାଗର ପଦକ୍ଷେପକୁ ପ୍ରଶଂସା କରିବା ସହ କ୍ରୀଡ଼ାବିତ୍ ମାନେ ଯେପରି ସର୍ବୋଚ୍ଚ ସ୍ତରରେ ପ୍ରତିଦ୍ବନ୍ଦିତା କରି ଦେଶ ପାଇଁ ଗୌରବ ଆଣିପାରିବେ , ସେଥିପାଇଁ ସର୍ବୋତ୍ତମ ସୁବିଧା ଓ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ ।
ଘର କାନ୍ଥ ତଳେ ଚାପି ହୋଇ ଶିଶୁର ମୃତ୍ୟୁ
Next ArticleChief Secy Manoj Ahuja Visits World Skill Center
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
