ଡିଜିଟାଲ ଫସଲ ସର୍ବେକ୍ଷଣ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଭୁବନେଶ୍ୱର: ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଡିଜିଟାଲ ଫସଲ ସର୍ବେକ୍ଷଣର ସମୀକ୍ଷା ବୈଠକ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧରୀ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ବୃନ୍ଦ ଯୋଗଦେଇଥିଲେ। ରାଜ୍ୟର ସମସ୍ତ ଜିଲ୍ଲାରୁ ଜିଲ୍ଲାପାଳମାନେ ଭିଡ଼ିଓ କନଫରେନ୍ସ ଜରିଆରେ ଯୋଗଦେଇଥିଲେ । ଇ- [...]
ଭୁବନେଶ୍ୱର: ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଡିଜିଟାଲ ଫସଲ ସର୍ବେକ୍ଷଣର ସମୀକ୍ଷା ବୈଠକ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧରୀ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ବୃନ୍ଦ ଯୋଗଦେଇଥିଲେ। ରାଜ୍ୟର ସମସ୍ତ ଜିଲ୍ଲାରୁ ଜିଲ୍ଲାପାଳମାନେ ଭିଡ଼ିଓ କନଫରେନ୍ସ ଜରିଆରେ ଯୋଗଦେଇଥିଲେ ।
ଇ- ଚାଷ ଆପ୍ ଜରିଆରେ ଡିଜିଟାଲ ଫସଲର ସର୍ବେକ୍ଷଣ କରାଯାଉଛି, ଯେଉଁଥିରେ କୃଷକଙ୍କ ଫସଲ ଓ ଚାଷଜମିର ତଥ୍ୟ ସରକାରଙ୍କ ପାଖରେ ପହଂଚି ପାରୁଛି । ଏହି ସର୍ବେକ୍ଷଣ ସେପ୍ଟେମ୍ବର ମାସ ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ ।
ସର୍ବେକ୍ଷଣ ଆଧାରରେ ଚାଷୀମାନେ ସିଏମ୍- କିଷାନ ତଥା ଅନେକ ଅନ୍ଯ ଯୋଜନା ଅନ୍ତର୍ଗତ ଆର୍ଥିକ ସୁବିଧା ପାଇ ପାରିବେ । ଏବଂ ଏହାର ପ୍ରଥମ କିସ୍ତି ଆସନ୍ତା ସେପ୍ଟେମ୍ବର ୮ ତାରିଖ ନୁଆଁଖାଇ ଦିନ ଡିବିଟି ମାଧ୍ଯମରେ ପ୍ରଦାନ କରାଯିବ। ବାଦ ପଡିଥିବା ସମସ୍ତ ଯୋଗ୍ୟ ଚାଷୀ ଏହା ଦ୍ୱାରା ଉପକୃତ ହୋଇପାରିବେ ବୋଲି ମନ୍ତ୍ରୀ ଶ୍ରୀ ସିଂହଦେଓ କହିଥିଲେ ।
କୃଷକଙ୍କ ତଥ୍ୟ ଏକ ରେଜିଷ୍ଟ୍ରିରେ ଆଇଡି ସହ ରହିବ। ଏଥିପାଇଁ ପ୍ରତିଜିଲ୍ଳାରେ ନୋଡାଲ ଅଧିକାରୀ ମାନେ ରହିବେ ଓ ସେମାନେ ପ୍ରତ୍ୟକ୍ଷ ଭାବେ କ୍ଷେତ୍ର ପରିଦର୍ଶନରେ ଯାଇ ସର୍ବେକ୍ଷଣର ଅନୁଧ୍ୟାନ କରିବେ । ବାଦ ପଡିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କ ତଥ୍ୟ ସଂଗ୍ରହ କରି ବିଭାଗକୁ ଜଣାଇବେ । ଏ ନେଇ ଏକ ମାର୍ଗଦର୍ଶିକା ତିଆରି ହେବ ଓ ସିଏମ୍ କିଷାନ ପୋର୍ଟାଲ ବର୍ଷ ତମାମ ଖୋଲା ରହିବ ବୋଲି ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ କହିଛନ୍ତି ।
ଚାଷୀମାନେ ନୂଆ ପୋର୍ଟାଲ ଜରିଆରେ ଆବେଦନ କିମ୍ବା ତଥ୍ୟ ଅପଡେଟ କରିବା ପାଇଁ କୌଣସି ପ୍ରକାର ଦେୟ ପ୍ରଦାନ କରିବେ ନାହିଁ । ଏହାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ ।
ଶେଷରେ ଜିଲ୍ଳାପାଳ ମାନେ ନିଜ ନିଜର ସମସ୍ୟା ବିଷୟରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ରାଜ୍ଯରେ କୃଷି ଓ କୃଷକର ଉନ୍ନତି ପାଇଁ ଡିଜିଟାଲ୍ ପ୍ରଯୁକ୍ତି ବ୍ଯବହାର କ୍ଷେତ୍ରରେ ଓଡିଶା ସମଗ୍ର ଦେଶରେ ଏକ ଅଗ୍ରଣୀ ରାଜ୍ଯ ଭାବେ ଅଗ୍ରସର ହେଉଛି।
Odisha Assembly Witnesses Ruckus over Subhadra Scheme
Next ArticleGanjam Hooch Tragedy: Death Toll Rises to Five
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
