ନବରାତ୍ରି ଦ୍ୱିତୀୟ ଦିନ ଦେବୀ ବ୍ରହ୍ମଚାରିଣୀ ଭାବରେ ଆରାଧିତ ହୁଅନ୍ତି
ମାତା ବ୍ରହ୍ମଚାରିଣୀ ହେଉଛନ୍ତି ପର୍ବତରାଜ ହିମାଳୟ ଏବଂ ମୈନାବତୀଙ୍କ କନ୍ୟା । ମହାଦେବଙ୍କୁ ବର ସ୍ୱରୂପ ପ୍ରାପ୍ତ କରିବା ପାଇଁ ମା’ ବ୍ରହ୍ମଚାରିଣୀ ଘୋର ତପସ୍ୟା କରିଥିଲେ । କଠିନ ତପସ୍ୟା କାରଣରୁ ମା’ଙ୍କ ନାଁ ତପସ୍ୱୀରିଣୀ ଅର୍ଥାତ୍ ବ୍ରହ୍ମଚାରିଣୀ ରୁପେ ଖ୍ୟାତ ହେଲା । ଏଠାରେ ବ୍ରହ୍ମାର ଅର୍ଥ ହେଉଛି ତପସ୍ୟା । ବ୍ରହ୍ମଚାରିଣୀର ଅର୍ଥ ତପର ଚାରିଣୀ (ଯେ ତପର ଆଚରଣ କରେ) । ଦେବୀଙ୍କ ଏହି ଜ୍ୟୋର୍ତିମୟ ଏବଂ ଅତ୍ୟନ୍ତ ଭବ୍ୟ ରୂପ [...]
ମାତା ବ୍ରହ୍ମଚାରିଣୀ ହେଉଛନ୍ତି ପର୍ବତରାଜ ହିମାଳୟ ଏବଂ ମୈନାବତୀଙ୍କ କନ୍ୟା । ମହାଦେବଙ୍କୁ ବର ସ୍ୱରୂପ ପ୍ରାପ୍ତ କରିବା ପାଇଁ ମା’ ବ୍ରହ୍ମଚାରିଣୀ ଘୋର ତପସ୍ୟା କରିଥିଲେ । କଠିନ ତପସ୍ୟା କାରଣରୁ ମା’ଙ୍କ ନାଁ ତପସ୍ୱୀରିଣୀ ଅର୍ଥାତ୍ ବ୍ରହ୍ମଚାରିଣୀ ରୁପେ ଖ୍ୟାତ ହେଲା । ଏଠାରେ ବ୍ରହ୍ମାର ଅର୍ଥ ହେଉଛି ତପସ୍ୟା । ବ୍ରହ୍ମଚାରିଣୀର ଅର୍ଥ ତପର ଚାରିଣୀ (ଯେ ତପର ଆଚରଣ କରେ) । ଦେବୀଙ୍କ ଏହି ଜ୍ୟୋର୍ତିମୟ ଏବଂ ଅତ୍ୟନ୍ତ ଭବ୍ୟ ରୂପ ଭକ୍ତଙ୍କୁ ଆଶିର୍ବାଦ ପ୍ରଦାନ କରିଥାଏ । ଦେବୀ ନିଜ ଡାହାଣ ହସ୍ତରେ ଜପର ମାଳା ଏବଂ ବାମ ହାତରେ କମଣ୍ଡଳ ଧାରଣ କରିଛନ୍ତି । ଦେବଋଷି ନାରଦଙ୍କ କଥାରେ ଦେବୀ ମହାଦେବଙ୍କୁ ପତୀ ରୁପେ ପାଇବା ପାଇଁ କଠିନ ତପସ୍ୟା କରିଥିଲେ ।
ଏକ ହଜାର ବର୍ଷ ପର୍ଯ୍ୟନ୍ତ ଦେବୀ କେବଳ ଫୁଲ , ଫଳ ଖାଇ ଏବଂ ଶହେ ବର୍ଷ ପର୍ଯ୍ୟନ୍ତ କେବଳ ଚଟାଣରେ ବସି ଦେବୀ ଘୋର ତପସ୍ୟାରେ ବିଲୀନ ଥିଲେ । ପୌରାଣିକ କଥାନୁସାରେ , ଦେବୀ କିଛି ବର୍ଷ ପର୍ଯ୍ୟନ୍ତ ଖୋଲା ଆକାଶ ତଳେ ଖରା ଏବଂ ବର୍ଷାକୁ ସହ୍ୟ କରି ତପସ୍ୟା କରିଥିଲେ । ତିନି ହଜାର ବର୍ଷ ପର୍ଯ୍ୟନ୍ତ ଗଛରୁ ତଳେ ପଡିଥିବା ବେଲପତ୍ର ଖାଇ ବଞ୍ôଚଥିଲେ । ର୍ନିଜଳ,ନିରାହାରରେ ଦେବୀଙ୍କ ଉଜ୍ଜ୍ୱଳ ରୂପ ମଳିନ ପଡିବାକୁ ଲାଗିଥିଲା । ମା’ଙ୍କ କଠୋର ତପସ୍ୟାରେ ପ୍ରସନ୍ନ ହୋଇ ମହାଦେବ ମା’ ବ୍ରହ୍ମଚାରିଣୀଙ୍କୁ ବିବାହ କରିଥିଲେ । ମା’ ବ୍ରହ୍ମଚାରିଣୀ ଦେବୀଙ୍କ କୃପାରେ ସର୍ବସିଦ୍ଧି ପ୍ରାପ୍ତ ହୋଇଥାଏ । ଦୂର୍ଗା ପୂଜାର ଦ୍ୱିତୀୟ ଦିନରେ ଦେବୀଙ୍କ ଏହି ଶାନ୍ତରୂପର ପୂଜାର୍ଚ୍ଚନା କରାଯାଏ ।
Bhubaneswar Airport to Get New Terminal in Two Years: Civil Aviation Minister
Next ArticleOdisha Registers Sharp Decline in Out-of-Pocket Expenditure on Health
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
