ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 3 ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ [...]

Admin•ଅକ୍ଟୋବର 21, 2024
Share Article:

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

#Odia#Odisha#News
Share Article:

Related Articles