ବାତ୍ୟା ସମ୍ପର୍କିତ ପ୍ରସ୍ତୁତି ବୈଠକ: କେହି ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ ଚିହ୍ନଟ କରି ବିପଦଶଙ୍କୁଳ ଅଞ୍ଚଳରୁ ଲୋକଙ୍କୁ ଶତପ୍ରତିଶତ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ୧୧ଟା ୩୦ ମିନିଟ୍ରେ ଏକ ଲଘୁଚାପ ସୃଷ୍ଟି ହୋଇଛି। [...]
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ ଚିହ୍ନଟ କରି ବିପଦଶଙ୍କୁଳ ଅଞ୍ଚଳରୁ ଲୋକଙ୍କୁ ଶତପ୍ରତିଶତ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ୧୧ଟା ୩୦ ମିନିଟ୍ରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଅକ୍ଟୋବର ୨୪ ତାରିଖ ସକାଳ ସୁଦ୍ଧା ପୁରୀ ଓ ସାଗାରଦ୍ବୀପ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ଅଛି। ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଅଛି।
ବୈଠକ ପରେ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବାତ୍ୟା ପାଇଁ କେହି ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟାପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ଅଗ୍ନୀଶମ ବାହିନୀ, ଓଡ୍ରାଫ ଟିମ୍ ଓ ଏନଡିଆରଏଫ ଟିମ୍ ସମସ୍ତେ ପ୍ରସ୍ତୁତ ଅଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀ, ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ଆବଶ୍ୟକୀୟ ଖାଦ୍ୟ ପଦାର୍ଥ, ପିଇବା ପାଣି, ଆବଶ୍ୟକୀୟ ଔଷଧ, ଶିଶୁ ଖାଦ୍ୟ ତୁରନ୍ତ ମହଜୁଦ ରଖିବା ସହିତ ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ବାତ୍ୟାର ତୁରନ୍ତ ପରେ ବିଭିନ୍ନ ରାସ୍ତା ଘାଟରେ ଅବରୋଧ ଦୂର କରି ଯେପରି ବିଦ୍ୟୁତ, ପାଣି ଓ ଟେଲି ଯୋଗାଯୋଗ ପରି ମୌଳିକ ସେବା ତୁରନ୍ତ କାର୍ଯ୍ୟକ୍ଷମ ହେବ, ସେଥିପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଥିଲେ। ଡାକ୍ତରଖାନା ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ ଗୁଡିକରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।
ବାତ୍ୟା ସମୟରେ ଏବଂ ପରେ ଅତ୍ୟାବଶ୍ୟକ ସାମଗ୍ରୀର ଯେପରି ଦର ବୃଦ୍ଧି ନହୁଏ, ସେଥିପାଇଁ କଳାବଜାରୀଙ୍କ ଉପରେ ନଜର ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ବିଭିନ୍ନ ଜିଲ୍ଲା ମଧ୍ୟରେ ସମନ୍ୱୟ ରଖି ପ୍ରଭାବିତ ନ ହୋଇଥିବା ଅଞ୍ଚଳରୁ ଯେପରି ପନିପରିବା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଆସିପାରିବ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ।
କୃଷି ବିଭାଗକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବାତ୍ୟା ପରେ କ୍ଷୟକ୍ଷତିର ଆଗୁଆ ଆକଳନ କରିବା ଆବଶ୍ୟକ। ଏହା ସହିତ ବିଭାଗର ‘Contingency Plan’ କୁ ତୁରନ୍ତ କାର୍ଯ୍ୟକାରୀ କରାଯିବା ଆବଶ୍ୟକ। ସେହିପରି ଆଗୁଆ ରବି ଚାଷ ପାଇଁ ସମସ୍ତ ପ୍ରକାର inputs ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ଚାଷୀଙ୍କୁ ପ୍ରଦାନ କରାଯିବା ଉଚିତ ବୋଲି ସେ କହିଥିଲେ।
ବାତ୍ୟା ସମୟରେ କୌଣସି ପ୍ରକାର ଗୁଜବ ଏବଂ ମିଥ୍ୟା ସୂଚନାକୁ ରୋକିବା ପାଇଁ SRCଙ୍କ ତରଫରୁ ନିୟମିତ ଭାବେ ଗଣମାଧ୍ୟମରେ ସୂଚନା ଦେବା ଆବଶ୍ୟକ ବୋଲି ସେ କହିଥିଲେ। ଏହା ସହିତ SRC, OSDMA, I&PR, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, କୃଷି ବିଭାଗ, ଗୃହ ବିଭାଗର social media handleରେ ନିୟମିତଭାବେ ଅଧିକୃତ ସୂଚନା posting ହେବା ଆବଶ୍ୟକ ବୋଲି ସେ କହିଥିଲେ।
ସବୁଠାରୁ ଅଧିକ ପ୍ରଭାବିତ ସ୍ଥାନକୁ ଚିହ୍ନିଟ କରି ଗୋଖାଦ୍ୟ ଓ କୁକୁଡା ଖାଦ୍ୟ ମହଜୁଦ ରଖିବା ବୋଲି ସେ କହିଥିଲେ।
ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଗତ ଦିନମାନଙ୍କରେ ଯଦିଓ ପବନ ଯୋଗୁ କେହି ମୃତାହତ ହୋଇନାହାନ୍ତି, ଅନ୍ୟାନ୍ୟ କାରଣରୁ ମଧ୍ୟ ଜୀବନ ହାନି ଘଟିଥାଏ। ଯେପରିକି ମାଟି କାନ୍ଥ ପଡି ମୃତ୍ୟୁ ହେବା। ଏସବୁକୁ ରୋକିବା ପାଇଁ ସମସ୍ତ ଦୁର୍ବଳ ଘରକୁ ଚିହ୍ନଟ କରି ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବା ଉଚିତ।
ସେହିପରି ସହରାଞ୍ଚଳରେ Billboard କିମ୍ବା Signboard ଉପୁଡି ଲୋକେ ମୃତାହତ ହୁଅନ୍ତି । ତେଣୁ ସବୁ ସହରାଞ୍ଚଳ ବିଶେଷ ଭାବେ ଭୁବନେଶ୍ଵର, କଟକ, ପୁରୀ ଏବଂ ବ୍ରହ୍ମପୁର ସହରରୁ ସବୁ ଦୁର୍ବଳ Billboard କୁ ତୁରନ୍ତ ଚିହ୍ନଟ କରି ସେସବୁକୁ ହଟାଯିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓରଞ୍ଜନ କୁମାର ସିଂହ, ଅଗ୍ନିଶମ ମହାନିର୍ଦ୍ଦେଶକ ସୁଧାଂଶୁ ଷଡଙ୍ଗୀ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ। ଜିଲ୍ଲାପାଳ ମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ।
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 3 ପ୍ରତିଶତ ବୃଦ୍ଧି
Next ArticleCyclone Dana: Schools in 14 Dists to Remain Closed from October 23 to 25 in Odisha
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
