ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି ଖର୍ଚ୍ଚ ସଂପର୍କିତ ବୈଠକ ଅନୁଷ୍ଠିତ
ଭୁବନେଶ୍ବର: ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ବିଭିନ୍ନ ବିଭାଗକୁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ବିଭିନ୍ନ ସମୟରେ ପ୍ରଦାନ କରାଯାଇଥିବା ଅର୍ଥ ଏବଂ ସେ ବାବଦରେ ହୋଇଥିବା ଖର୍ଚ୍ଚ ସଂପର୍କରେ ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଂଜନ [...]
ଭୁବନେଶ୍ବର: ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ବିଭିନ୍ନ ବିଭାଗକୁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠିରୁ ବିଭିନ୍ନ ସମୟରେ ପ୍ରଦାନ କରାଯାଇଥିବା ଅର୍ଥ ଏବଂ ସେ ବାବଦରେ ହୋଇଥିବା ଖର୍ଚ୍ଚ ସଂପର୍କରେ ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓ ରଂଜନ କୁମାର ସିଂ ଯୋଗ ଦେଇ ବିଭିନ୍ନ ବିଭାଗକୁ ପ୍ରଦାନ କରାଯାଇଥିବା ଅର୍ଥ ଓ ଖର୍ଚ୍ଚ ସଂପର୍କରେ ଉପସ୍ଥାପନ କରିଥିଲେ । ବୈଠକରେ ସଂପୃକ୍ତ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।
ରାଜ୍ୟରେ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ବିପର୍ଯ୍ୟୟ ପ୍ରତିକ୍ରିୟା। ପାଣ୍ଠି ( ଏସଡିଆରଏଫ) ଏବଂ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି( ଏସଡିଏସ୍ଏଫ)ର ମିଳିତ ପାଣ୍ଠିରେ ରାଜ୍ୟ ବିପର୍ଯ୍ୟୟ ସମ୍ଭାବ୍ୟ ବିପଦ ପରିଚାଳନା ପାଣ୍ଠି (ଏସଡିଆରଏମଏଫ) ରହିଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହାୟତାରେ ପରିଚାଳିତ ଏହି ପାଣ୍ଠିରୁ ବିପର୍ଯ୍ୟୟ ମୁକାବିଲା ପାଇଁ ରିଲିଫ୍ ଓ ତୁରନ୍ତ ପ୍ରତିକ୍ରିୟା କାର୍ଯ୍ୟାନୁଷ୍ଠାନ, ପୁନରୁଦ୍ଧାର ଓ ପୁନଃ ନିର୍ମାଣ, ବିପର୍ଯ୍ୟୟ ପ୍ରସ୍ତୁତି ଓ ଦକ୍ଷତା ବୃଦ୍ଧି ପାଇଁ ଖର୍ଚ୍ଚ କରାଯାଇଥାଏ ।
ବୈଠକରୁ ଜଣାଯାଇଛି ଯେ, ଗତ ୨୦୨୧-୨୨ରୁ ୨୦୨୪-୨୫ ବର୍ଷରେ ଅଦ୍ୟାବଧୂ ବିଭିନ୍ନ ବିଭାଗକୁ ୨୪୫୮.୮୦୩ କୋଟି ଟଙ୍କା ପ୍ରଦାନ କରାଯାଇଛି । ବିଭିନ୍ନ ବର୍ଷରେ ଏଥିପାଇଁ ଏସଡିଆରଏଫ୍ ଏବଂ ଏସଡିଏମ୍ ଏଫ ରୁ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ବିଭାଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଗୃହ, ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ, ଓସଡମା, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ଗ୍ରାମ୍ୟ ଉନ୍ନୟନ, ଜଳ ସଂପଦ ବିଭାଗ ଓ ପୂର୍ତ୍ତ ବିଭାଗ ଆଦି ୧୧ ଟି ବିଭାଗ ତଥା ସଂସ୍ଥାକୁ ବିପର୍ଯ୍ୟୟ ମୁକାବିଲା ଓ ପ୍ରସ୍ତୁତି ପାଇଁ ଏହି ଅର୍ଥ ପ୍ରଦାନ କରାଯାଇଥିବା ବେଳେ ଏଥୁରୁ ବିଭିନ୍ନ ବିଭାଗର ଖର୍ଚ୍ଚ ସହ ଓ ବିନିଯୋଗ ପ୍ରମାଣପତ୍ର ଦାଖଲ
ସଂପର୍କିତ ସମୀକ୍ଷା କରାଯାଇଥିଲା।
ଅଗ୍ନିଶମ ଓ ଜରୁରୀକାଳୀନ ସେବ। ବାବଦରେ ବିପର୍ଯ୍ୟୟ ମୁକାବିଲା ପାଇଁ ବିଭିନ୍ନ ଉପକରଣ କ୍ରୟ ଓ ଦକ୍ଷତା ବୃଦ୍ଧି ପାଇଁ ଖର୍ଚ୍ଚ ଉପସ୍ଥାପନ କରାଯିବା ସହ ଆଗାମୀ ଦିନ ପାଇଁ ପ୍ରସ୍ତୁତି ନିମନ୍ତେ ଆବଶ୍ୟକତା ଅନୁସାରେ ଖର୍ଚ୍ଚ ମଂଜୁର ପାଇଁ ଅନୁରୋଧ
କରାଯାଇଛି । ସେହିପରି ଓଡ୍ରାଫ ତରଫରୁ ମଧ୍ୟ ଖର୍ଚ୍ଚ ଉପସ୍ଥାପନ କରାଯାଇଥିଲା।
ବିଭିନ୍ନ ବାବଦରେ ଖର୍ଚ୍ଚ ଓ ବିନିଯୋଗ ପତ୍ର ପ୍ରଦାନ ସଂପର୍କରେ ଅନୁଧ୍ୟାନ କରି ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗମାନଙ୍କୁ
ଆବଣ୍ଟନ କରାଯାଇଥିବା ଅର୍ଥକୁ ସଠିକ୍ ବିନିଯୋଗ କରାଯିବା ସହ ଖର୍ଚ୍ଚ ପ୍ରକ୍ରିୟାର ଉପଯୁକ୍ତ ତଦାରଖ କରିବା ଉପରେ ଗୁରୁତ୍ଵ
ଦେଇଥିଲେ । ଆହୁରି ମଧ୍ୟ ସେ ବିପର୍ଯ୍ୟୟ ପରିଚାଳନା ଯୋଜନାର ଆଧୁନିକୀକରଣ ଏବଂ ମୁକାବିଲା ପାଇଁ ବିଭିନ୍ନ କ୍ଷେତ୍ରରେ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମକୁ ଗୁରୁତ୍ବ ଦେଇଛନ୍ତି । ବିପର୍ଯ୍ୟୟ ମୁକାବିଲା ପାଇଁ ଜରୁରୀ ଆବଶ୍ୟକତା ହେଉଥିବା ଅଗ୍ରାଧିକାର କ୍ଷେତ୍ର, ବାତ୍ୟା ସମୟରେ ଅଧିକ ଜୋରରେ ପବନ ବହିବାର ଆଶଙ୍କା ଥିଲେ ଏଥିପାଇଁ ପ୍ରସ୍ତୁତିରେ ଆଧୁନିକୀକରଣ, ବିଦ୍ୟୁତ୍ ଶକ୍ତି ପୁନଃ ସଂସ୍ଥାପନ, ଜଳ ନିଷ୍କାସନ ସମସ୍ୟାର ସମାଧାନ, ଦକ୍ଷତା ବୃଦ୍ଧି ଭଳି ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ସଂପର୍କିତ ଖର୍ଚ୍ଚକୁ ଗୁରୁତ୍ଵ ଦିଆଯିବା ସଂପର୍କରେ ବୈଠକରେ ଆଲୋକପାତ କରାଯାଇଥିଲା ।
IAP’s 44th Annual Odisha Conference to Be Held on Nov 9, 10 in Cuttack
Next ArticleVideos in social media about tiger attack in Berhampur Forest Division Fake: Forest Dept
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
