ଅଁଳା ନବମୀ ତିଥିରେ ସାକ୍ଷୀଗୋପାଳରେ ରାଧା ପାଦ ଦର୍ଶନ ଉତ୍ସବ ପାଳିତ
ଅଁଳା ନବମୀ ତିଥିରେ ସତ୍ୟବାଦୀ ସ୍ଥିତ ସାକ୍ଷୀଗୋପାଳ ମନ୍ଦିରରେ ରାଧା ପାଦ ଦର୍ଶନ ଉତ୍ସବ ପାଳିତ ହୋଇଯାଇଛି। ସଂଖ୍ୟାଧିକ ଭକ୍ତ ଦୀର୍ଘ ସମୟ ଧାଡିରେ ଠିଆ ହୋଇ ଏହି ଦର୍ଶନ ଲାଭ କରିଥିଲେ। କାର୍ତ୍ତିକମାସ ଶୁକ୍ଳପକ୍ଷ ନବମୀତିଥି ପବିତ୍ର ଅଁଳା ନବମୀ ବା ଧାତ୍ରୀ ନବମୀ ଭାବରେ ପାଳନ କରାଯାଇଥାଏ। ଏହି ତିଥି ଟି ଶ୍ରୀରାଧା ପାଦଦର୍ଶନ ଯାତ୍ରା ରୂପେ ଓଡ଼ିଶାରେ ସୁପରିଚିତ । ସାକ୍ଷୀଗୋପାଳ ରେ ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ମାନବୀ ରାଧାଙ୍କର [...]
ଅଁଳା ନବମୀ ତିଥିରେ ସତ୍ୟବାଦୀ ସ୍ଥିତ ସାକ୍ଷୀଗୋପାଳ ମନ୍ଦିରରେ ରାଧା ପାଦ ଦର୍ଶନ ଉତ୍ସବ ପାଳିତ ହୋଇଯାଇଛି। ସଂଖ୍ୟାଧିକ ଭକ୍ତ ଦୀର୍ଘ ସମୟ ଧାଡିରେ ଠିଆ ହୋଇ ଏହି ଦର୍ଶନ ଲାଭ କରିଥିଲେ। କାର୍ତ୍ତିକମାସ ଶୁକ୍ଳପକ୍ଷ ନବମୀତିଥି ପବିତ୍ର ଅଁଳା ନବମୀ ବା ଧାତ୍ରୀ ନବମୀ ଭାବରେ ପାଳନ କରାଯାଇଥାଏ। ଏହି ତିଥି ଟି ଶ୍ରୀରାଧା ପାଦଦର୍ଶନ ଯାତ୍ରା ରୂପେ ଓଡ଼ିଶାରେ ସୁପରିଚିତ । ସାକ୍ଷୀଗୋପାଳ ରେ ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ମାନବୀ ରାଧାଙ୍କର ପାଦପଦ୍ମଦ୍ୱୟକୁ ବର୍ଷକେ ଥରେ ଏହି ନବମୀଦିନ ଭକ୍ତମାନେ ଦର୍ଶନ କରି ଆଶିଷ ଲାଭ କରନ୍ତି । ଏଥିପାଇଁ ଏହି ଦିବସ ରାଧାପାଦ ଦର୍ଶନ ନାମରେ ବିଦିତ ।
କିମ୍ବଦନ୍ତୀ ଅନୁସାରେ ଶ୍ରୀ ସାକ୍ଷୀଗୋପାଳ ଙ୍କ ମୁଖ୍ୟ ସେବକ ଙ୍କ କନ୍ୟା ଲକ୍ଷ୍ମୀ ସହିତ ଶ୍ରୀ ଗୋପାଳ ଙ୍କ ନିତ୍ୟ ସମ୍ପର୍କ ଗଢିଉଠେ। ପରିଶେଷରେ ସେଇ ଲକ୍ଷ୍ମୀଙ୍କୁ ନିଜର ରାଧା ରୂପରେ ଗ୍ରହଣ କରନ୍ତି ଲୀଳାମୟ ବଂଶୀଧାରୀ। ଆଜି ଆମେ ଦେଖୁଥିବା ଶ୍ରୀ ରାଧାଙ୍କ ବିଗ୍ରହରେ ପ୍ରାଣସ୍ପର୍ଶ ହୁଏ ଲକ୍ଷ୍ମୀଙ୍କ ର।ସେହି ଦିବସ ଟି ହେଉଛି କାର୍ତ୍ତିକ ଶୁକ୍ଳ ନବମୀ। ଏହିସ୍ମୃତି କୁ ସ୍ମରଣ ରଖିବା ପାଇଁ ପରବର୍ତ୍ତୀ ସମୟରେ ଲକ୍ଷ୍ମୀଙ୍କ ସମାଧି ସ୍ଥଳରେ ଏକ ମହାବୀର ମନ୍ଦିର ପ୍ରତିଷ୍ଠା କରାଗଲା । ଲକ୍ଷ୍ମୀଙ୍କୁ ରାଧିକା ରୂପେ ପାଇ ଶ୍ରୀସାକ୍ଷୀ ଗୋପାଳଙ୍କ ଦୀର୍ଘ ଦିନର ମନସ୍କାମନା ପୂର୍ଣ୍ଣ ହେଲା । ଠାକୁର ପଶ୍ଚିମାଞ୍ଚଳବାସୀ ହୋଇ ଥିବାରୁ ଅନ୍ନପ୍ରସାଦ ପରିବର୍ତ୍ତେ ଗହମ ଜାତ ସାମଗ୍ରୀ ଭୋଗ କରାଗଲା । ପଶ୍ଚିମାଞ୍ଚଳ ମହିଳାଙ୍କ ପରି ଦେବୀ ଶ୍ରୀରାଧାଙ୍କ ପିନ୍ଧା ଶାଢ଼ୀ ଦ୍ଵାରା ତାଙ୍କର ପାଦପଦ୍ମ ବର୍ଷସାରା ଘୋଡ଼ାଇ ହୋଇ ରହିଲା । ଏହି ଭଳି କିଛି ଦିନ ଯିବା ପରେ କେତେକ ସେବକ ବିଚାରକଲେ ଠାକୁରାଣୀ ଶ୍ରୀରାଧା ମାନବୀ ପ୍ରିୟା ଲକ୍ଷ୍ମୀ ରୂପେ ଆମ ଓଡ଼ିଶାରେ ଆସି ସତ୍ୟବାଦୀରେ ରହିଲେ କିନ୍ତୁ ଦିନେ ହେଲେତ ଓଡ଼ିଆଣୀ ବେଶ ହେଲେ ନାହିଁ । ପରିଶେଷରେ ସ୍ଥିର ହେଲା ରାଧା ରୂପେ ପୂଜା ପାଉଥିବା ମାନବୀ ପ୍ରିୟା ଲକ୍ଷ୍ମୀଙ୍କ ଜନ୍ମଦିନ କାର୍ତ୍ତିକମାସ ଶୁକ୍ଳପକ୍ଷ ନବମୀ ତିଥିରେ ଓଡ଼ିଆଣୀ ବେଶ ଅନୁଷ୍ଠିତ ହେବ । ବେଶ ସମୟରେ ଠାକୁରାଣୀ କାଣିଆ କଛା ମାରନ୍ତି, ଫଳରେ ବର୍ଷସାରା ଶାଢ଼ୀରେ ଆବୃତ ହୋଇ ରହିଥିବା ଠାକୁରାଣୀଙ୍କ ପାଦପଦ୍ମ ଦ୍ଵୟକୁ ଭକ୍ତମାନେ ଦର୍ଶନ କରିଥାନ୍ତି । ଏହି ଦିନ ଗୋପାଳଙ୍କୁ ଚନ୍ଦନ ଚର୍ଚ୍ଚିତ କରାଯାଇ ମସ୍ତକରେ ସ୍ଵର୍ଣ୍ଣ କିରୀଟ, ହାତରେ ସୁବର୍ଣ୍ଣ ବଂଶୀ ସାଙ୍ଗକୁ ନଟବର ବେଶରେ ଏବଂ ରାଧାଙ୍କୁ ଖଣ୍ଡୁଆ ପାଟବସ୍ତ୍ର ସହ କିରୀଟ, ପାଉଁଜି, ଝୁଣ୍ଟିଆ, କୁଣ୍ଡଳ, ଚାପସରି ସେବତୀ ହାର, ନୋଥ, ଗୁଣା ଏବଂ ଅଁଳା ହାର ଲାଗି କରାଯାଏ ।
Does Chief Minister Eat Mango Kernel to Preserve Tribal Tradition, Asks Bijoy Mohapatra
Next ArticleOdisha Govt Introduces New Dress Code for Employees of Nursing Service Cadre
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
