ଓଡିଶାରେ ଲାଗୁହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା
ଭୁବନେଶ୍ୱର: ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହେଲା। ରାଜ୍ୟର 1.03 କୋଟି ପରିବାର [...]
ଭୁବନେଶ୍ୱର: ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି ।
ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହେଲା। ରାଜ୍ୟର 1.03 କୋଟି ପରିବାର ଉପକୃତ ହେବେ । ଏହା ଦ୍ୱାରା ରାଜ୍ୟର 70 ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ମାନେ ମଧ୍ୟ ଚିକିତ୍ସା ସୁବିଧା ପାଇପାରିବେ । ବର୍ତ୍ତମାନ ରାଜ୍ୟରେ 23, 12, 979 ଜଣ 70 ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଅଛନ୍ତି ବୋଲି ଜଣାଯାଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଓଡିଶାର ଲୋକ, ବିଶେଷ କରି ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି ତାହା 2036 ସୁଦ୍ଧା ସମୃଦ୍ଧ ଓଡିଶା ଓ 2047 ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ପଞ୍ଚାୟତ ସ୍ତରରେ ଯେଉଁ ହେଲଥ ସବ୍ ସେଣ୍ଟର ଅଛି ତାହା ଠିକଭାବେ କାର୍ଯ୍ୟକାରୀ ହେଉନାହିଁ । ତେଣୁ, ରାଜ୍ୟ ସରକାର ବର୍ତ୍ତମାନ ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏଥିରେ ହେଲଥ ୱାର୍କର ଓ ଯୋଗ ଶିକ୍ଷକ ନିୟୋଜିତ ହେବେ । ଏହି ସବୁ କେନ୍ଦ୍ର ଗୁଡିକର ପୂର୍ଣ୍ଣାଙ୍ଗ ଭିତ୍ତିଭୂମି ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ରେଲ୍, ଆଇ.ଟି, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଓଡିଶାର ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।
Arun Sahoo Invites BJP Leaders to Sankha Bhawan to Dine
Next ArticlePM Modi congratulates people of Odisha for MoU signing on Ayushman Bharat
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
