ପାଟଣାଗଡରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା
ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି । ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ [...]
ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ।
ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି ।
ବର୍ତ୍ତମାନ ସୁଦ୍ଧା ଏ ଘଟଣାରେ ଜଣେ ବ୍ୟକ୍ତି ଗିରଫ ମଧ୍ୟ ହୋଇ ସାରିଛନ୍ତି । ଯଦି ଏହି ଘଟଣା ପଛରେ କିଛି ଷଡଯନ୍ତ୍ର ଥାଏ, ତେବେ ଏହାର ମଧ୍ୟ ପର୍ଦ୍ଦାଫାସ୍ କରିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି । ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିକଟରେ ମାର୍ଚ୍ଚ 5 ତାରିଖରେ ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସ୍ତରରେ ବିପୁଳ ଉତ୍ସାହର ସହ ପାଳନ କରାଯାଇଥିଲା । ସେଥିରେ ସେ ନିଜେ ଯୋଗ ଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ମଧ୍ୟ ଏପ୍ରଲ 17 ତାରିଖରେ ପାଳନ କରାଯିବ ।
Urban Local Bodies to Strengthen Accountability and Citizen-Centric Governance Measures
Next ArticleOdisha: Political Parties Condemn Burning of Biju Patnaik’s Statue
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
