ନବ ଦାସ ହତ୍ୟାକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପତ୍ନୀ ମୀନତି
ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ପ୍ରକୃତ ଦୋଷୀ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ। ଆଜି ନବଙ୍କ ପତ୍ନୀ ମୀନତିଙ୍କୁ ଏହି ଆଶ୍ବାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଲୋକସେବା ଭବନରେ ଶ୍ରୀ ମାଝୀଙ୍କୁ ଭେଟିବା ଅବସରରେ ମୀନତିଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଘଟଣାର ଉଚିତ ତଦନ୍ତ କରିବାକୁ ଶ୍ରୀ ମାଝୀ ପ୍ରତିଶ୍ରୁତି ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାର ସାନି ତଦନ୍ତ ଆରମ୍ଭ ହୋଇଛି। [...]
ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ପ୍ରକୃତ ଦୋଷୀ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ। ଆଜି ନବଙ୍କ ପତ୍ନୀ ମୀନତିଙ୍କୁ ଏହି ଆଶ୍ବାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଲୋକସେବା ଭବନରେ ଶ୍ରୀ ମାଝୀଙ୍କୁ ଭେଟିବା ଅବସରରେ ମୀନତିଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି। ଏହି ଘଟଣାର ଉଚିତ ତଦନ୍ତ କରିବାକୁ ଶ୍ରୀ ମାଝୀ ପ୍ରତିଶ୍ରୁତି ଦେଇଛନ୍ତି।
ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାର ସାନି ତଦନ୍ତ ଆରମ୍ଭ ହୋଇଛି। ଗତକାଲି ପରିବାର ଲୋକଙ୍କ ସହ କ୍ରାଇମବ୍ରାଞ୍ଚ ଅଧିକାରୀ ଆଲୋଚନା କରିଥିଲେ। ଆଉ ଆଜି ପତ୍ନୀ ମୀନତି ଦାସ ମୁଖ୍ୟମନ୍ତ୍ରୀଙ୍କୁ ଲୋକ ସେବା ଭବନରେ ଭେଟିଥିଲେ। ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ନେଇ ଆଲୋଚନା କରିଛନ୍ତି। ଏହି ସମୟରେ ତାଙ୍କ ଝିଅ ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ
ମୁଖ୍ୟମନ୍ତ୍ରୀ ନବଙ୍କ ହତ୍ୟାକାଣ୍ଡକୁ ଅତି ନିନ୍ଦନୀୟ ଏବଂ ଦୁଃଖଦାୟକ ବୋଲି ବର୍ଣ୍ଣନା କରିଥିଲେ। ଏହି ଘଟଣାକୁ ସରକାର ଗୁରୁତର ନେଇ ପୁଣି ଥରେ ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀକୁ ଠାବ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ। ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ଶ୍ରୀ ମାଝୀ କହିଛନ୍ତି। ଅପରପକ୍ଷେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ନ୍ୟାୟ ମିଳିବାର ଆଶା ଥିବା ମୀନତି କହିଛନ୍ତି।
Odisha Participates in 4th National Sagarmala Apex Committee Meeting
Next ArticleNIT Rourkela’s smart IoT-enabled device to monitor food quality in real time
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
