ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ
ଭୁବନେଶ୍ୱର: ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି । ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍ଇନ୍ସପେକ୍ଟର ଓ ଏ.ଏସ୍.ଆଇ ମାନଙ୍କ [...]
ଭୁବନେଶ୍ୱର: ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।
ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି ।
ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍ଇନ୍ସପେକ୍ଟର ଓ ଏ.ଏସ୍.ଆଇ ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୨୦୦ ଟଙ୍କାରୁ ୮୪୦୦ ଟଙ୍କା, ହାବିଲଦାର, କନେଷ୍ଟବଳ ଓ ସିପାହୀ ମାନଙ୍କ ପାଇଁ ୫୦୦୦ ରୁ ୧୦,୦୦୦ ଟଙ୍କା ଏବଂ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍ସ ଆର୍ମି କର୍ମଚାରୀ ମାନଙ୍କ ପାଇଁ ପୋଷାକ ଭତ୍ତାର ପରିମାଣ ବାର୍ଷିକ ୫୯୦୦ ଟଙ୍କାରୁ ୧୧,୮୦୦ ଟଙ୍କାକୁ ବୃଦ୍ଧି ପାଇଛି ।
ଏହି ପଦବୀର ସମାନ ର୍ୟାଙ୍କର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ମଧ୍ୟ ଏହି ପରିମାଣରେ ଭତ୍ତା ମିଳିବ।
ସେହିପରି କନେଷ୍ଟବଳ, ସିପାହୀ ଓ ସମାନ ର୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ (Extra Duty Incentive) ସର୍ବାଧିକ ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।
ଏହାସହିତ ହାବିଲଦାର ଓ ସମାନ ର୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ ସର୍ବାଧିକ ୩୦,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।
ଏହି ଭତ୍ତା ଓ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଯୋଗୁ ଆଜି କନେଷ୍ଟବଳ, ହବିଲଦାର ଓ ସିପାହୀ ସଂଘର କର୍ମକର୍ତ୍ତା ମାନେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି କୃତଜ୍ଞତା ପ୍ରକାଶ କରିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର କର୍ମକର୍ତ୍ତା ମାନଙ୍କୁ ଦକ୍ଷତାର ସହ ଆଗାମୀ ଦିନ ଗୁଡିକରେ କାର୍ଯ୍ୟ କରିବାକୁ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ଉନ୍ନତି ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ଏକ ବୈଠକରେ ଉପସ୍ଥିତ ସମସ୍ତ ପୋଲିସ ସେବା କର୍ମଚାରୀ ମାନଙ୍କୁ ରାଜ୍ୟବାସୀଙ୍କ ଆଶା ଓ ଭରସାର ମାନ ରଖି ଓଡିଶାକୁ ଶାନ୍ତି ଶୃଙ୍ଖଳା କ୍ଷେତ୍ରରେ ଏକ ଆଦର୍ଶ ରାଜ୍ୟ ଭାବେ ଗଢି ତୋଳିବାରେ ନିଜର ଯୋଗଦାନ ରଖିବାକୁ ପରାମର୍ଶ ଦେଇଥିଲେ ।
Antisocial Mouza Mishra Sentenced to Life Imprisonment in 2006 Auto Driver Murder Case
Next Articleରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
