ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି, ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି [...]
ଭୁବନେଶ୍ବର: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।
ଏହି ନିର୍ଦ୍ଦେଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି। ତେଣୁ ପିଲାମାନଙ୍କ ସ୍ବାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲା ମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
ସୂଚନାଯୋଗ୍ୟ ଯେ ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ ତାରିଖ ଠାରୁ ୫ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ସମୀକ୍ଷା ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ତଥା ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
Poor facilities in jails: NHRC directs DG Odisha Prisons to submit ATR
Next ArticleOdisha CM condemns terrorist attack in Pahalgam
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
