ଓଡିଶାର ବିମାନ ଚଳାଚଳ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି। ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, [...]
ଭୁବନେଶ୍ୱର: ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି।
ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ଯୋଜନା ସମେତ ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର (SJIA) ବିକାଶ ଏବଂ ରାଉରକେଲା ବିମାନ ବନ୍ଦରର ଉନ୍ନୀତକରଣ ଉପରେ ଆଲୋଚନା ହୋଇଥିବା ବେଳେ ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି କରିବା ପାଇଁ, ଜୟପୁର, ଦାଣ୍ଡବୋଷ, ରଙ୍ଗେଇଲୁଣ୍ଡା, ଗୋତମା, ସତୀଭତା, ରାଇସୁଆଁ, ତୁଷରା, ଜମାଦାରପାଲୀ, ମାଲକାନଗିରି, ଅମର୍ଦ୍ଦା ରୋଡ୍ ଏବଂ ଉତ୍କେଲା ସମେତ ରାଜ୍ୟର ପ୍ରମୁଖ ବିମାନବନ୍ଦର ଗୁଡ଼ିକର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା।
ଏଥିସହିତ ରାଜ୍ୟର ୧୫ ଟି ଜିଲ୍ଲାରେ ହେଲିପୋର୍ଟ ନିର୍ମାଣ ଏବଂ ଢେଙ୍କାନାଳର ବିରାଶୋଳ ସ୍ଥିତ ଏୟାରଷ୍ଟ୍ରିପରେ ବିଜୁ ପଟ୍ଟନାୟକ ବିମାନ ଚଳାଚଳ କେନ୍ଦ୍ର (BPAC)ର ବିକାଶ ସମ୍ବନ୍ଧରେ ଏହି ବୈଠକରେ ଆଲୋଚନା ହୋଇଥିଲା। ନୋଡାଲ ଏଜେନ୍ସି ଭାବରେ ଏହି ବିକାଶ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଥିଲା।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିମାନବନ୍ଦର, ହେଲିପ୍ୟାଡ୍ ଏବଂ ଡ୍ରୋନ୍ ହବ୍ ସମେତ ରାଜ୍ୟରେ ବିଶ୍ୱସ୍ତରୀୟ ବିମାନ ଚଳାଚଳ ଭିତ୍ତିଭୂମି ପ୍ରତିଷ୍ଠା ସମ୍ବନ୍ଧରେ ଆଲୋଚନା କରିଥିଲେ। ଏଥିସହିତ ରାଜ୍ୟରେ ବର୍ତ୍ତମାନ ଚାଲୁଥିବା ବିମାନବନ୍ଦର ଗୁଡିକର କାର୍ଯ୍ୟ ଦକ୍ଷତାକୁ ଆହୁରି ବିକାଶ କରିବା ଏବଂ ଏହାର ଆଧୁନିକୀକରଣ କରିବା ବିଷୟରେ ସେ ଗୁରୁତ୍ୱାରୋପ କରିଥିଲେ।
ରାଷ୍ଟ୍ରାୟତ୍ତ ବିମାନବନ୍ଦରଗୁଡ଼ିକର ଉନ୍ନତିକରଣ, ବିମାନ ସଂଯୋଗ ବୃଦ୍ଧି, ବିମାନ ଚଳାଚଳ ୟୁନିଟ୍ର ଦକ୍ଷତା ବୃଦ୍ଧି ସହିତ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ରାଜ୍ୟର ବୃଦ୍ଧି ପାଉଥିବା ବିମାନ ଚଳାଚଳ କ୍ଷେତ୍ରକୁ ସୁଦୃଢ କରିବା ପାଇଁ ଆଧୁନିକ ଭିତ୍ତିଭୂମି ଏବଂ ଉନ୍ନତ ମାନବ ସମ୍ବଳର ପ୍ରସ୍ତାବ ସହିତ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପୁନର୍ଗଠନ ବିଷୟରେ ଏହି ବୈଠକରେ ଆଲୋଚନା ହୋଇଥିଲା।
ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ଇପିକଲ୍ର ଏମ୍.ଡି ଭୂପିନ୍ଦର ସିଂ ପୁନିଆ, ଡାଇରେକ୍ଟର, ସିଭିଲ ଆଭିଏସନ୍ ଦେବଦତ୍ତା ସୁରଞ୍ଜିତା ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ଓଡ଼ିଶା: ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ
Next Articleଓଡ଼ିଶା: ଆନ୍ତର୍ଜାତିକ ଶ୍ରମିକ ଦିବସ ୨୦୨୫ ପାଳନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
