ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମାନକୀକରଣ ଏବଂ ଦ୍ରବ୍ୟ ଓ ସେବା କ୍ଷେତ୍ରରେ ଗୁଣାତ୍ମକତା ସଂପର୍କିତ ରାଜ୍ୟସ୍ତରୀୟ କମିଟି ବୈଠକ ଅନୁଷ୍ଠିତ
ଭୁବନେଶ୍ବର: ଭାରତୀୟ ମାନକ ବ୍ୟୁରୋ (ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡସ୍ ) ଏବଂ ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମିଳିତ ଆନୁକୂଲ୍ୟରେ ମାନକୀକରଣ ଏବଂ ଦ୍ରବ୍ୟ ଓ ସେବା କ୍ଷେତ୍ରରେ ଗୁଣାତ୍ମକତା ସଂପର୍କରେ ଦ୍ଵିତୀୟ ରାଜ୍ୟସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ, ଏ କ୍ଷେତ୍ରରେ ଉଭୟ ଭାରତୀୟ ମାନକ ବ୍ୟୁରୋ ଏବଂ ରାଜ୍ୟ ସରକାରଙ୍କ [...]
ଭୁବନେଶ୍ବର: ଭାରତୀୟ ମାନକ ବ୍ୟୁରୋ (ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡସ୍ ) ଏବଂ ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମିଳିତ ଆନୁକୂଲ୍ୟରେ ମାନକୀକରଣ ଏବଂ ଦ୍ରବ୍ୟ ଓ ସେବା କ୍ଷେତ୍ରରେ ଗୁଣାତ୍ମକତା ସଂପର୍କରେ ଦ୍ଵିତୀୟ ରାଜ୍ୟସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକ, ଏ କ୍ଷେତ୍ରରେ ଉଭୟ ଭାରତୀୟ ମାନକ ବ୍ୟୁରୋ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସହଯୋଗକୁ ସହଜ କରିବାରେ ସାହାଯ୍ୟ କରିବ ।
ଜନସାଧାରଣ ଏବଂ ସରକାରୀ କର୍ମଚାରୀଙ୍କ ମଧ୍ଯରେ ଉତ୍ପାଦ, ସେବାର ମାନକୀକରଣ ଏବଂ ଗୁଣବତ୍ତା ସଚେତନତା ସଂପର୍କରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା । ସଭାରେ ଶିଳ୍ପ ତଥା ଅଣୁ, କ୍ଷୁଦ୍ର ଓ ମଧ୍ଯମ ଉଦ୍ୟୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏବଂ ପୂର୍ତ୍ତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ଯାଣ ତଥା ସୂଚନା ଲୋକ ସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡସ୍ (ବିଆଇଏସ),ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସମେତ ରାଜ୍ୟ ସରକାରଙ୍କ ଅନ୍ୟ ସଂପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାକାରୀ ଏବଂ ଔଦ୍ୟୋଗିକ ସଂଘରୁ କର୍ତ୍ତୃପକ୍ଷମାନେ ଅଂଶଗ୍ରହଣ କରିଥିଲେ । ଭାରତୀୟ ମାନକକୁ କାର୍ଯ୍ୟକାରୀ କରି ରାଜ୍ୟରେ ଏକ ସୁସ୍ଥ ଗୁଣବତ୍ତା ଇକୋସିଷ୍ଟମ୍ ବିକାଶ ବିକାଶକୁ ସମର୍ଥନ କରି କରିବା ଉପରେ ଏହି ବୈଠକରେ ଗୁରୁତ୍ବ ଦିଆଯାଇଥିଲା ।
Principal Secy Usha Padhee Convens Joint Review Meeting of HUD and C&T Departments
Next ArticleSPCB Odisha raises serious concern over pollution level in Jeera River
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
