ରାଜସ୍ୱ ବିଭାଗ ସାଂସ୍କୃତିକ ସଂସଦ ପକ୍ଷରୁ ରକ୍ତଦାନ ଶିବିର
ଭୁବନେଶ୍ୱର – ରକ୍ତ ହିଁ ଜୀବନ । ଆପାଦକାଳୀନ ସ୍ଥିତିରେ ଟୋପାଏ ରକ୍ତ ମଣିଷକୁ ବଞ୍ଚାଇଥାଏ । ଆମେମାନେ ସମସ୍ତେ ଏହାର ଗୁରୁତ୍ଵ ଉପଲବ୍ଧ କରିବା ଦରକାର । ସରକାର ଦୁର୍ଘଟଣା କ୍ଷେତ୍ରରେ ଶୂନ୍ୟ ମୃତ୍ୟୁ ଉପରେ ଗୁରୁତ୍ଵ ଦେଇ ଆସୁଛନ୍ତି । ଆମେ ସମସ୍ତେ ସ୍ୱେଚ୍ଛାକୃତ ରକ୍ତଦାନ କରିବା ପାଇଁ ଆଗେଇ ଆସିବା ଉଚିତ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି । [...]
ଭୁବନେଶ୍ୱର – ରକ୍ତ ହିଁ ଜୀବନ । ଆପାଦକାଳୀନ ସ୍ଥିତିରେ ଟୋପାଏ ରକ୍ତ ମଣିଷକୁ ବଞ୍ଚାଇଥାଏ । ଆମେମାନେ ସମସ୍ତେ ଏହାର ଗୁରୁତ୍ଵ ଉପଲବ୍ଧ କରିବା ଦରକାର । ସରକାର ଦୁର୍ଘଟଣା କ୍ଷେତ୍ରରେ ଶୂନ୍ୟ ମୃତ୍ୟୁ ଉପରେ ଗୁରୁତ୍ଵ ଦେଇ ଆସୁଛନ୍ତି । ଆମେ ସମସ୍ତେ ସ୍ୱେଚ୍ଛାକୃତ ରକ୍ତଦାନ କରିବା ପାଇଁ ଆଗେଇ ଆସିବା ଉଚିତ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତି । ରାଜସ୍ୱ ବିଭାଗ ସାଂସ୍କୃତିକ ସଂସଦ ପକ୍ଷରୁ ଲୋକସେବା ଭବନ ପରିସରରେ ଆୟୋଜିତ ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଲେ ଯେ ରାଜସ୍ୱ ବିଭାଗ ପକ୍ଷରୁ ଏଭଳି ପଦକ୍ଷେପ ନିଶ୍ଚିତ ଭାବେ ସ୍ଵାଗତଯୋଗ୍ୟ ।
ଏହିଭଳି ଶିବିର ଆୟୋଜନ ମାଧ୍ୟମରେ ସ୍ଵେଚ୍ଛାସେବୀମାନେ ସ୍ଵେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସିଲେ ରକ୍ତସଂଗ୍ରହ ଅଭାବ ଦୂର ହୋଇପାରିବ ଓ ଆବଶ୍ୟକ ସମୟରେ ବହୁମୂଲ୍ୟ ଜୀବନଟିଏ ବଞ୍ଚାଯାଇ ପାରିବ । ରକ୍ତଦାନ ମହତ ଦାନ । ବିଭାଗ ପକ୍ଷରୁ ଆୟୋଜିତ ଏହି ମହତ କାର୍ଯ୍ୟ ଆଗାମୀ ଦିନରେ ମଧ୍ୟ ବଜାୟ ରହିବ ବୋଲି ସେ ଆଶାବ୍ୟକ୍ତ କରିଥିଲେ । ଏହି ରକ୍ତଦାନ ଶିବିରରେ ୬୯ ଜଣ ସ୍ୱେଚ୍ଛାସେବୀ ରକ୍ତଦାନ କରିଥିବାବେଳେ ରାଜସ୍ୱ ବିଭାଗ ସାଂସ୍କୃତିକ ସଂସଦର ସାଧାରଣ ସଂପାଦକ ମନୋରଞ୍ଜନ ପଟ୍ଟନାୟକ , ସଭାପତି ଶୁଭେନ୍ଦୁ ଆଚାର୍ଯ୍ୟ , ଉପସଭାପତି ସତ୍ୟବ୍ରତ ନାୟକ ରକ୍ତଦାନ ଶିବିର ପରିଚାଳନା କରିଥିଲେ । ଏହି ଅବସରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ବହୁ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ।
ଓଡ଼ିଶାର ଆଉ ୭ଟି ଉତ୍ପାଦକୁ ଜିଆଇ ଟ୍ୟାଗ୍
Next Articleବସ୍ ଚାପାରେ ନାବାଳକର ମୃତ୍ୟୁକୁ ନେଇ ତୁମୁଳକାଣ୍ଡ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
