ଜେଏମ୍ଏମ୍ ଲାଞ୍ଚ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟକୁ ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ
ନୂଆଦିଲ୍ଲୀ: ସଂସଦ କିମ୍ବା ବିଧାନସଭାରେ ଭାଷଣ ଓ ଭୋଟ୍ ଦେବା ପାଇଁ ଲାଞ୍ଚ ନେଲେ ସାଂସଦ ଏବଂ ବିଧାୟକମାନଙ୍କୁ ଆଉ ଆଇନଗତ ସୁରକ୍ଷା ମିଳିବ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସୁପ୍ରିମକୋର୍ଟଙ୍କ ଏହି ରାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ବାଗତ କରିଛନ୍ତିି । ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ରାୟ ରାଜନୀତିରେ ସ୍ୱଚ୍ଛତା ନିଶ୍ଚିତ କରିବ ଏବଂ ବ୍ୟବସ୍ଥାରେ ଲୋକଙ୍କ ବିଶ୍ୱାସ ଆହୁରି ବଢ଼ିବ ବୋଲି କହିଛନ୍ତି ମୋଦୀ । ପ୍ରଧାନ [...]
ନୂଆଦିଲ୍ଲୀ: ସଂସଦ କିମ୍ବା ବିଧାନସଭାରେ ଭାଷଣ ଓ ଭୋଟ୍ ଦେବା ପାଇଁ ଲାଞ୍ଚ ନେଲେ ସାଂସଦ ଏବଂ ବିଧାୟକମାନଙ୍କୁ ଆଉ ଆଇନଗତ ସୁରକ୍ଷା ମିଳିବ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ସୁପ୍ରିମକୋର୍ଟଙ୍କ ଏହି ରାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ବାଗତ କରିଛନ୍ତିି । ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ରାୟ ରାଜନୀତିରେ ସ୍ୱଚ୍ଛତା ନିଶ୍ଚିତ କରିବ ଏବଂ ବ୍ୟବସ୍ଥାରେ ଲୋକଙ୍କ ବିଶ୍ୱାସ ଆହୁରି ବଢ଼ିବ ବୋଲି କହିଛନ୍ତି ମୋଦୀ ।
ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଏକ ୭ ଜଣିଆ ଖଣ୍ଡପୀଠ ୧୯୯୮ର ରାୟକୁ ରଦ୍ଦ କରିଥିଲେ । ଜେଏମ୍ଏମ୍ ଲାଞ୍ଚ ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟ ନିଜ ୧୯୯୮ ରାୟରେ କହିଥିଲେ ଯେ ଗୃହରେ ଭୋଟ୍ କିମ୍ବା ଭାଷଣ ଦେବା ପାଇଁ ଲାଞ୍ଚ ନେବା ମାମଲାରେ ସାଂସଦ ଓ ବିଧାୟକ ମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ହେଇପାରିବ ନାହିଁ । ତେବେ ଏହି ରାୟ ସମ୍ବିଧାନର ଧାରା ୧୦୫ ଏବଂ ୧୯୪ର ପରିପନ୍ଥୀ ବୋଲି କହି ରଦ୍ଦ କରିଛନ୍ତିି କୋର୍ଟ । ଧାରା ୧୦୫ ଓ ୧୯୪ ଅଧୀନରେ ସଂସଦ ଏବଂ ବିଧାନସଭା ସଦସ୍ୟଙ୍କୁ କିଛି ବିଶେଷ କ୍ଷମତା ଏବଂ ଅଧିକାର ମିଳିଛି ।
ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ ରାୟ ଶୁଣାଇବା ବେଳେ କହିଥିଲେ ଯେ ଲାଞ୍ଚ ମାମଲାରେ ଏହି ଧାରା ଅଧୀନରେ ସାଂସଦ ଓ ବିଧାୟକମାନଙ୍କୁ ସୁରକ୍ଷା ମିଳିବ ନାହିଁ। କାରଣ ଲାଞ୍ଚ କାରବାର ଦ୍ବାରା ସର୍ବସାଧାରଣ ଜୀବନରେ ସଚ୍ଚୋଟତା କ୍ଷୟ ହୋଇଥାଏ ।
ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏହି ରାୟ ସହ ଜଡିତ ଏକ ରିପୋର୍ଟ ସେୟାର କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ସ୍ବାଗତମ୍ ! ସମ୍ମାନନୀୟ ସୁପ୍ରିମକୋର୍ଟଙ୍କ ଏହି ବଡ଼ ରାୟ ସ୍ୱଚ୍ଛ ରାଜନୀତି ସୁନିଶ୍ଚିତ କରିବ ଏବଂ ବ୍ୟବସ୍ଥାରେ ଲୋକଙ୍କ ବିଶ୍ୱାସକୁ ଆହୁରି ସୁଦୃଢ଼ କରିବ।
Online Registration Portal for Nabin Odisha Magic Card to Be Launched Tomorrow
Next ArticleBDA Sets up Sub-plot Regularisation Cells for Public Convenience
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
