ୱାୟନାଡ ଆସନରୁ ନାମାଙ୍କନ ଦାଖଲ କଲେ ରାହୁଲ ଗାନ୍ଧୀ
ୱାୟନାଡ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଗାମୀ ଲୋକସଭା ନିର୍ବାଚନ ପାଇଁ ବୁଧବାର କେରଳର ୱାୟନାଡ ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଏହା ପୂର୍ବରୁ ସେ ଭଉଣୀ ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ରୋଡ୍ ସୋ କରି ଲୋକଙ୍କ ଆଶୀର୍ବାଦ ଓ ସମର୍ଥନ ଲୋଡ଼ିଥିଲେ । ଆପଣମାନଙ୍କ ଜନପ୍ରତିନିଧି ହେବା ସୌଭାଗ୍ୟର ବିଷୟ ବୋଲି ସ୍ଥାନୀୟ ଲୋକଙ୍କୁ କହିଥିଲେ ରାହୁଲ । ଏଥର ୱାୟନାଡ ଲୋକସଭା ଆସନରେ ତ୍ରିମୁଖୀ ଲଢ଼େଇ ହେଉଛି। ଇଣ୍ଡିଆ ମେଣ୍ଟର ଦୁଇ ସହଯୋଗୀ [...]
ୱାୟନାଡ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଗାମୀ ଲୋକସଭା ନିର୍ବାଚନ ପାଇଁ ବୁଧବାର କେରଳର ୱାୟନାଡ ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଏହା ପୂର୍ବରୁ ସେ ଭଉଣୀ ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ରୋଡ୍ ସୋ କରି ଲୋକଙ୍କ ଆଶୀର୍ବାଦ ଓ ସମର୍ଥନ ଲୋଡ଼ିଥିଲେ । ଆପଣମାନଙ୍କ ଜନପ୍ରତିନିଧି ହେବା ସୌଭାଗ୍ୟର ବିଷୟ ବୋଲି ସ୍ଥାନୀୟ ଲୋକଙ୍କୁ କହିଥିଲେ ରାହୁଲ ।
ଏଥର ୱାୟନାଡ ଲୋକସଭା ଆସନରେ ତ୍ରିମୁଖୀ ଲଢ଼େଇ ହେଉଛି। ଇଣ୍ଡିଆ ମେଣ୍ଟର ଦୁଇ ସହଯୋଗୀ କଂଗ୍ରେସ ଓ ସିପାଆଇ ଏଠାରେ ଏକାକୀ ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି କରିଛନ୍ତିି। ରାହୁଲଙ୍କ ବିରୋଧରେ ସିପିଆଇର ଆନି ରାଜା ଲଢ଼ୁଛନ୍ତି। ଆନି ରାଜା ମଧ୍ୟ ବୁଧବାର ତାଙ୍କ ନାମାଙ୍କନ ଦାଖଲ କରିଛନ୍ତି। ଏହାଛଡ଼ା ବିଜେପି ଏଠାରେ କେ.ସୁରେନ୍ଦ୍ରନଙ୍କୁ ପ୍ରାର୍ଥୀ କରିଛି ।
କଂଗ୍ରେସ ନେତା ରାହୁଲ ଗାନ୍ଧୀ ୨୦୧୯ ନିର୍ବାଚନରେ ଓ୍ବାୟନାଡ ଆସନରୁ ଲୋକସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ଓ୍ବାୟନାଡ ବ୍ୟତୀତ ସେ ତାଙ୍କ ପୁରୁଣା ଆସନ ୟୁପିର ଆମେଥିରୁ ମଧ୍ୟ ପ୍ରତିଦ୍ବନ୍ଦ୍ବିତା କରିଥିଲେ । ହେଲେ ଆମେଥିରେ ରାହୁଲ ବିଜେପିର ସ୍ମୃତି ଇରାନୀଙ୍କ ଠାରୁ ହାରି ଯାଇଥିଲେ ।
କଂଗ୍ରେସ ଛାଡ଼ି ବିଜେପିରେ ମିଶିଲେ ବକ୍ସର ବିଜେନ୍ଦର ସିଂ
Next ArticleNaveen Appoints Rajib Mohanty as State Advisor of BJD Labour Front
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
