ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ପାଇଁ ଜୁନ୍ ୩୦ ଯାଏ ସମୟ ମାଗିଲା ଷ୍ଟେଟ୍ ବ୍ୟାଙ୍କ
ନୂଆଦିଲ୍ଲୀ: ରାଷ୍ଟ୍ରାୟତ୍ତ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ନିର୍ବାଚନୀ ବଣ୍ଡ୍ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେବାକୁ ସୁପ୍ରିମକୋର୍ଟଙ୍କୁ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ମାଗିଛି। ଗତ ମାସରେ ସୁପ୍ରିମକୋର୍ଟ ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ସମସ୍ତ ତଥ୍ୟ ଦାଖଲ କରିବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ସୁପ୍ରିମକୋର୍ଟରେ ଦାୟର ଏକ ଆବେଦନରେ ଏସବିଆଇ ଏଥିପାଇଁ ଅଧିକ ସମୟ ଦେବାକୁ ଅନୁରୋଧ କରିଛି । ଏସବିଆଇ ଯୁକ୍ତି ଦର୍ଶାଇଛି ଯେ “ପ୍ରତ୍ୟେକ ସିଲୋ” ରୁ ତଥ୍ୟ [...]
ନୂଆଦିଲ୍ଲୀ: ରାଷ୍ଟ୍ରାୟତ୍ତ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ନିର୍ବାଚନୀ ବଣ୍ଡ୍ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେବାକୁ ସୁପ୍ରିମକୋର୍ଟଙ୍କୁ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ମାଗିଛି। ଗତ ମାସରେ ସୁପ୍ରିମକୋର୍ଟ ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ସମସ୍ତ ତଥ୍ୟ ଦାଖଲ କରିବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ସୁପ୍ରିମକୋର୍ଟରେ ଦାୟର ଏକ ଆବେଦନରେ ଏସବିଆଇ ଏଥିପାଇଁ ଅଧିକ ସମୟ ଦେବାକୁ ଅନୁରୋଧ କରିଛି । ଏସବିଆଇ ଯୁକ୍ତି ଦର୍ଶାଇଛି ଯେ “ପ୍ରତ୍ୟେକ ସିଲୋ” ରୁ ତଥ୍ୟ ବାହାର କରି “ଡିକୋଡିଂ” କରିବା ଏବଂ ଦାତାମାନଙ୍କ ଦ୍ୱାରା ଦିଆଯାଇଥିବା ଚାନ୍ଦା ପରିମାଣ ସହ ଏହାକୁ ମେଳ କରିବା ଏକ ଜଟିଳ ପ୍ରକ୍ରିୟା।ଏଣୁ ଏହା ସମୟ ଲାଗିବ।
ସର୍ବୋଚ୍ଚ ନ୍ୟାୟାଳୟ ଏସବିଆଇକୁ ପ୍ରତ୍ୟେକ ନିର୍ବାଚନୀ ବଣ୍ଡର କ୍ରୟ ତାରିଖ, ବଣ୍ଡର କ୍ରେତାଙ୍କ ନାମ ଏବଂ କିଣାଯାଇଥିବା ନିର୍ବାଚନୀ ବଣ୍ଡର ମୂଲ୍ୟର ତଥ୍ୟ ସାର୍ବଜନୀନ କରିବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଥିଲେ।
ଫେବୃଆରୀ ୧୫ରେ ଏକ ଐତିହାସିକ ରାୟରେ ସୁପ୍ରିମକୋର୍ଟ ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ପାଇଁ ବ୍ୟବହାର କରାଯାଉଥିବା ନିର୍ବାଚନୀ ବଣ୍ଡ ଯୋଜନାକୁ ଅସାମ୍ବିଧାନିକ ବୋଲି କହି ରଦ୍ଦ କରି ଦେଇଥିଲେ । ଏହା ଭୋଟରଙ୍କ ସୂଚନା ଅଧିକାରର ଉଲ୍ଲଂଘନ ବୋଲି କହିଥିଲେ କୋର୍ଟ। ଏହାଛଡ଼ା ଚାନ୍ଦା ଦାତା, ବଣ୍ଡ୍ ମୂଲ୍ୟ ଏବଂ ପ୍ରାପ୍ତକର୍ତ୍ତା ଦଳ ସମ୍ପର୍କରେ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଉଚ୍ଚତମ ନ୍ୟାୟାଳୟ।
ଲୋକସଭା ନିର୍ବାଚନ ପୂର୍ବରୁ ନିଜ ରାୟରେ ସର୍ବୋଚ୍ଚ ନ୍ୟାୟାଳୟ ଏସବିଆଇକୁ ୬ ବର୍ଷ ପୁରୁଣା ନିର୍ବାଚନୀ ବଣ୍ଡ୍ ଯୋଜନାରେ ଦାତାଙ୍କ ନାମ ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।
ବିକାଶକୁ ବଳିଷ୍ଠ କରିବା ପାଇଁ ବିଜୁବାବୁଙ୍କର ନକ୍ସା ଆଜି ବି ବାଟ ଦେଖାଉଛି : ମୁଖ୍ୟମନ୍ତ୍ରୀ
Next ArticlePM Modi To Dedicate and Lay Foundation Stones Of Multiple Development Projects in Odisha Today
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
