ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ କଲା ଏସବିଆଇ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ମଙ୍ଗଳବାର ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଛି। ଏହାଛଡ଼ା କୋର୍ଟଙ୍କ ଆଦେଶ ଅନୁପାଳନ ପୂର୍ବକ ଏ ବାବଦରେ ଏସବିଆଇ ମହାପ୍ରବନ୍ଧକଙ୍କ ତରଫରୁ ଏକ ସତ୍ୟପାଠ ମଧ୍ୟ ଦାଖଲ କରାଯାଇଛି । ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ପାଇଁ ଜୁନ୍ ୩୦ ପର୍ଯ୍ୟନ୍ତ ମହଲତ ଦେବାକୁ ଏସବିଆଇର ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଥିଲେ। କୋର୍ଟ ଏସବିଆଇକୁ ମାର୍ଚ୍ଚ ୧୨ [...]
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ମଙ୍ଗଳବାର ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଛି। ଏହାଛଡ଼ା କୋର୍ଟଙ୍କ ଆଦେଶ ଅନୁପାଳନ ପୂର୍ବକ ଏ ବାବଦରେ ଏସବିଆଇ ମହାପ୍ରବନ୍ଧକଙ୍କ ତରଫରୁ ଏକ ସତ୍ୟପାଠ ମଧ୍ୟ ଦାଖଲ କରାଯାଇଛି ।
ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ପାଇଁ ଜୁନ୍ ୩୦ ପର୍ଯ୍ୟନ୍ତ ମହଲତ ଦେବାକୁ ଏସବିଆଇର ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଥିଲେ। କୋର୍ଟ ଏସବିଆଇକୁ ମାର୍ଚ୍ଚ ୧୨ ତଥା ମଙ୍ଗଳବାର ସୁଦ୍ଧା ବଣ୍ଡ୍ ତଥ୍ୟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଖିଲାପ କଲେ ଅଦାଲତ ଅବମାନନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସବିଆଇକୁ ଚେତାବନୀ ଦେଇଥିଲେ ସୁପ୍ରିମକୋର୍ଟ ।
ଏହାଛଡା ଉଚ୍ଚତମ ନ୍ୟାୟାଳୟ ମାର୍ଚ୍ଚ ୧୫ ତାରିଖ ଅପରାହ୍ନ ୫ଟା ସୁଦ୍ଧା ନିଜ ୱେବସାଇଟରେ ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ସାର୍ବଜନୀନ କରିବାକୁ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏସବିଆଇ ବଣ୍ଡ୍ ତଥ୍ୟ ଦାଖଲ କରିବା ପରେ ଏବେ ନିର୍ବାଚନ କମିଶନଙ୍କ ଉପରେ ସମସ୍ତଙ୍କ ନଜର ରହିଛି ।
ଉଲ୍ଲେଖଯୋଗ୍ୟ, ଫେବୃୟାରୀ ୧୫ରେ ଏକ ଐତିହାସିକ ରାୟରେ ସୁପ୍ରିମକୋର୍ଟ ନିର୍ବାଚନୀ ବଣ୍ଡ୍ ଯୋଜନାକୁ ଅସାମ୍ବିଧାନିକ କହି ଏହାକୁ ରଦ୍ଦ କରିଥିଲେ । ଏହି ଯୋଜନା ବାକ୍ ସ୍ବାଧୀନତା ଓ ସୂଚନା ଅଧିକାରର ଉଲ୍ଲଙ୍ଘନ ବୋଲି କହିଥିଲେ ସୁପ୍ରିମକୋର୍ଟ । ନିର୍ବାଚନୀ ବଣ୍ଡ୍ ଜରିଆରେ ରାଜନୈତିକ ଦଳଙ୍କୁ ମିଳିଥିବା ଚାନ୍ଦା ଓ ଦାତାଙ୍କ ସମ୍ପର୍କରେ ସମସ୍ତ ତଥ୍ୟ ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଦେବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ ।
CM Announces Assistance of Rs 50,000 Each for Bhagabat Tungis
Next Articleକଂଗ୍ରେସ ଜାରି କଲା ୪୩ ଜଣିଆ ଦ୍ୱିତୀୟ ପ୍ରାର୍ଥୀ ତାଲିକା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
