ବିଲକିସ୍ ବାନୋ ମାମଲା: ଦୋଷୀଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ, ୨୧ ସୁଦ୍ଧା ସରେଣ୍ଡର କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ:ବିଲକିସ୍ ବାନୋ ଗଣବଳାତ୍କାର ମାମଲାର ୧୧ ଜଣ ଦୋଷୀଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ସମସ୍ତ ଦୋଷୀଙ୍କୁ ଜାନୁଆରୀ ୨୧ ସୁଦ୍ଧା ସରେଣ୍ଡର କରିବାକୁ କହିଛନ୍ତି ସୁପ୍ରିମକୋର୍ଟ । ଏହି ମାମଲାର ୧୧ ଦୋଷୀ ସରେଣ୍ଡର ପାଇଁ ଅଧିକ ସମୟ ମାଗିଥିଲେ । ଏଥିପାଇଁ ସେମାନେ ଦର୍ଶାଇଥିବା କାରଣରେ କୌଣସି ଯଥାର୍ଥତା ନାହିଁ ବୋଲି ଜଷ୍ଟିସ୍ ବି.ଭି ନାଗରତ୍ନା ଏବଂ ଜଷ୍ଟିସ୍ ଉଜ୍ଜ୍ବଳ ଭୁୟାଁଙ୍କୁ ଖଣ୍ଡପୀଠ କହିଛନ୍ତି । ଏଥିସହ ଖଣ୍ଡପୀଠ ଦୋଷୀଙ୍କ ଆବେଦନ ଖାରଜ କରି [...]
ନୂଆଦିଲ୍ଲୀ:ବିଲକିସ୍ ବାନୋ ଗଣବଳାତ୍କାର ମାମଲାର ୧୧ ଜଣ ଦୋଷୀଙ୍କ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ସମସ୍ତ ଦୋଷୀଙ୍କୁ ଜାନୁଆରୀ ୨୧ ସୁଦ୍ଧା ସରେଣ୍ଡର କରିବାକୁ କହିଛନ୍ତି ସୁପ୍ରିମକୋର୍ଟ । ଏହି ମାମଲାର ୧୧ ଦୋଷୀ ସରେଣ୍ଡର ପାଇଁ ଅଧିକ ସମୟ ମାଗିଥିଲେ । ଏଥିପାଇଁ ସେମାନେ ଦର୍ଶାଇଥିବା କାରଣରେ କୌଣସି ଯଥାର୍ଥତା ନାହିଁ ବୋଲି ଜଷ୍ଟିସ୍ ବି.ଭି ନାଗରତ୍ନା ଏବଂ ଜଷ୍ଟିସ୍ ଉଜ୍ଜ୍ବଳ ଭୁୟାଁଙ୍କୁ ଖଣ୍ଡପୀଠ କହିଛନ୍ତି । ଏଥିସହ ଖଣ୍ଡପୀଠ ଦୋଷୀଙ୍କ ଆବେଦନ ଖାରଜ କରି ସରେଣ୍ଡର କରିବାକୁ କହିଛନ୍ତି ।
ବିଲକିସ୍ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ସଦସ୍ୟଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ ଜେଲରୁ ମୁକ୍ତ କରିବା ନେଇ ଗୁଜରାଟ ସରକାରଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ଜାନୁଆରୀ ୮ରେ ରଦ୍ଦ କରିଥିଲେ । ସମସ୍ତ ଦୋଷୀଙ୍କୁ ଦୁଇ ସପ୍ତାହ ମଧ୍ୟରେ ଜେଲ୍ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ ସର୍ବୋଚ୍ଚ ନ୍ୟାୟାଳୟ ।
ଗୁଜରାଟରେ ୨୦୦୨ରେ ଘଟିଥିବା ସାମ୍ପ୍ରଦାୟିକ ଦଙ୍ଗା ସମୟରେ ବିଲକିସ୍ ବାନୋଙ୍କୁ ଗଣବଳାତ୍କାର କରାଯାଇଥିଲା । ସେତେବେଳେ ସେ ପାଞ୍ଚ ମାସର ଗର୍ଭବତୀ ଥିଲେ । ଏପରିକି ଦଙ୍ଗାକାରୀମାନେ ବିଲକିସ୍ ବାନୋଙ୍କ ତିନି ବର୍ଷର ଝିଅ ସହ ୭ ପରିବାର ସଦସ୍ୟଙ୍କୁ ହତ୍ୟା କରିଥିଲେ । ଏହି ମାମଲାରେ ୧୧ ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଥିଲା ।
ଆଗାମୀ ତିନି ରାଜ୍ୟର ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ଓ ହାଲୁକା ବର୍ଷା ସମ୍ଭାବନା
Next Articleଫେକ୍ ମାଟ୍ରିମୋନି ପ୍ରୋଫାଇଲ୍ ଖୋଲି ବିବାହ ଆଶାୟୀ ଯୁବକଙ୍କୁ ଲକ୍ଷାଧିକ ଟଙ୍କା ଠକିଥିବା ସାଇବର ଠକ ଗିରଫ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
