ନିର୍ବାଚନୀ ବଣ୍ଡ୍ ମାମଲାରେ ଷ୍ଟେଟ୍ ବ୍ୟାଙ୍କର ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ, ଆସନ୍ତାକାଲି ସୁଦ୍ଧା ସମସ୍ତ ତଥ୍ୟ ଦେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ: ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ସମୟସୀମା ଜୁନ୍ ୩୦ ପର୍ଯ୍ୟନ୍ତ ବଢ଼ାଇବାକୁ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ)ର ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି । ଆସନ୍ତାକାଲି (ମାର୍ଚ୍ଚ ୧୨) ସୁଦ୍ଧା ନିର୍ବାଚନୀ ବଣ୍ଡ ସମ୍ବନ୍ଧୀୟ ବିବରଣୀ ଦାଖଲ କରିବାକୁ ଏସବିଆଇକୁ କହିଛନ୍ତି ସୁପ୍ରିମକୋର୍ଟ । ଏହି ଆଦେଶର ଖିଲାପ କଲେ ଏସବିଆଇ ବିରୋଧରେ ଅଦାଲତ ଅବମାନନା ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ସୁପ୍ରିମକୋର୍ଟ ଦେଶର ସବୁଠୁ ବଡ଼ ବ୍ୟାଙ୍କକୁ ଚେତାବନୀ ମଧ୍ୟ ଦେଇଛନ୍ତି [...]
ନୂଆଦିଲ୍ଲୀ: ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ସମୟସୀମା ଜୁନ୍ ୩୦ ପର୍ଯ୍ୟନ୍ତ ବଢ଼ାଇବାକୁ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ)ର ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି । ଆସନ୍ତାକାଲି (ମାର୍ଚ୍ଚ ୧୨) ସୁଦ୍ଧା ନିର୍ବାଚନୀ ବଣ୍ଡ ସମ୍ବନ୍ଧୀୟ ବିବରଣୀ ଦାଖଲ କରିବାକୁ ଏସବିଆଇକୁ କହିଛନ୍ତି ସୁପ୍ରିମକୋର୍ଟ । ଏହି ଆଦେଶର ଖିଲାପ କଲେ ଏସବିଆଇ ବିରୋଧରେ ଅଦାଲତ ଅବମାନନା ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ସୁପ୍ରିମକୋର୍ଟ ଦେଶର ସବୁଠୁ ବଡ଼ ବ୍ୟାଙ୍କକୁ ଚେତାବନୀ ମଧ୍ୟ ଦେଇଛନ୍ତି ।
ଏହାଛଡ଼ା କୋର୍ଟ ନିର୍ବାଚନ କମିଶନକୁ ମାର୍ଚ୍ଚ ୧୫ ତାରିଖ ଅପରାହ୍ନ ୫ଟା ସୁଦ୍ଧା ସମସ୍ତ ତଥ୍ୟ ସଂଗ୍ରହ କରି ଏହାର ଅଫିସିଆଲ୍ ୱେବସାଇଟରେ ସାର୍ବଜନୀନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏସବିଆଇ ମାର୍ଚ୍ଚ ୪ରେ ସୁପ୍ରିମକୋର୍ଟରେ ଏକ ଆବେଦନ ଜରିଆରେ ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ କରିବାକୁ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ମାଗିଥିଲା ।
ଏସବିଆଇର ଏହି ଆବେଦନ ଉପରେ ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଏକ ପାଞ୍ଚ ଜଣିଆ ସମ୍ବିଧାନ ଖଣ୍ଡପୀଠ ଆଜି ଶୁଣାଣି କରିଥିଲେ । ସମୟସୀମା ବଢ଼ାଇବା ପାଇଁ ଏସବିଆଇର ଆବେଦନ ଉପରେ ପ୍ରଶ୍ନ ଉଠାଇଥିଲେ କୋର୍ଟ । ଏ ସମ୍ପର୍କରେ ଫେବୃଆରୀ ୧୫ରେ ଆଦେଶ ଜାରି ହୋଇଥିଲେ ମଧ୍ୟ ଏସବିଆଇ ଏହି ୨୬ ଦିନ ଧରି କ’ଣ କରୁଥିଲା ବୋଲି ସୁପ୍ରିମକୋର୍ଟ ଏହି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ପ୍ରଶ୍ନ କରିଥିଲେ ।
ପ୍ରଧାନ ବିଚାରପତି ଚନ୍ଦ୍ରଚୂଡ଼ଙ୍କ ବ୍ୟତୀତ ଏହି ଖଣ୍ଡପୀଠରେ ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ବିଆର୍ ଗଭାଇ, ଜଷ୍ଟିସ ଜେ.ବି ପାରଦିୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ର ଅନ୍ୟତମ ସଦସ୍ୟ ଥିଲେ ।
ଫେବୃଆରୀ ୧୫ରେ ଏକ ଐତିହାସିକ ରାୟରେ ସୁପ୍ରିମକୋର୍ଟ ନିର୍ବାଚନୀ ବଣ୍ଡକୁ ଅସାମ୍ବିଧାନିକ ଘୋଷଣା କରିଥିଲେ । ଏହା ବାକ୍ ସ୍ବାଧୀନତା ଓ ସୂଚନା ଅଧିକାରର ଉଲ୍ଲଙ୍ଘନ ବୋଲି କହିଥିଲେ କୋର୍ଟ । ନିର୍ବାଚନୀ ବଣ୍ଡ୍ ଜରିଆରେ ରାଜନୈତିକ ଦଳଙ୍କୁ ମିଳିଥିବା ଚାନ୍ଦା ଓ ଦାତାଙ୍କ ସମ୍ପର୍କରେ ସମସ୍ତ ତଥ୍ୟ ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଦେବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ ।
CM Naveen Hikes Meeting Fee of Mission Shakti Gram Panchayat and Block Level Federation Members
Next Article୫ଟି ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖମନ୍ତ୍ରୀ : ରାଜ୍ୟର ଦୀର୍ଘତମ ଫ୍ଲାଏଓଭର ଓ ଦୀର୍ଘତମ ସେତୁର ଲୋକାର୍ପଣ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
