ଗୁଜରାଟ ସରକାରଙ୍କୁ ଝଟକା ଦେଲେ ସୁପ୍ରିମକୋର୍ଟ, ବିଲକିସ୍ ବାନୋ ଗଣବଳାତ୍କାର ମାମଲାର ୧୧ ଦୋଷୀଙ୍କୁ ମୁକ୍ତ ନିଷ୍ପତ୍ତି ରଦ୍ଦ, ସରେଣ୍ଡର୍ ପାଇଁ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଲମ୍ବା ଆଇନଗତ ଲଢ଼େଇ ପରେ ବିଲକିସ୍ ବାନୋଙ୍କୁ ଶେଷରେ ନ୍ୟାୟ ମିଳିଛି । ବିଲକିସ୍ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ସଦସ୍ୟଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ ଜେଲରୁ ଆଗୁଆ ମୁକ୍ତ କରିବା ନେଇ ଗୁଜରାଟ ସରକାରଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି । ଜଷ୍ଟିସ ବି.ଭି ନାଗରତ୍ନା ଏବଂ ଜଷ୍ଟିସ ଉଜ୍ଜଲ ଭୁୟାଁଙ୍କ ଖଣ୍ଡପୀଠ ସୋମବାର ବିଲକିସ୍ ବାନୋଙ୍କ ସପକ୍ଷରେ ଏହି ବଡ଼ ରାୟ ଶୁଣାଇଛନ୍ତି । କୋର୍ଟଙ୍କ ଏହି ରାୟ [...]
ନୂଆଦିଲ୍ଲୀ: ଲମ୍ବା ଆଇନଗତ ଲଢ଼େଇ ପରେ ବିଲକିସ୍ ବାନୋଙ୍କୁ ଶେଷରେ ନ୍ୟାୟ ମିଳିଛି । ବିଲକିସ୍ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ସଦସ୍ୟଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ ଜେଲରୁ ଆଗୁଆ ମୁକ୍ତ କରିବା ନେଇ ଗୁଜରାଟ ସରକାରଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି । ଜଷ୍ଟିସ ବି.ଭି ନାଗରତ୍ନା ଏବଂ ଜଷ୍ଟିସ ଉଜ୍ଜଲ ଭୁୟାଁଙ୍କ ଖଣ୍ଡପୀଠ ସୋମବାର ବିଲକିସ୍ ବାନୋଙ୍କ ସପକ୍ଷରେ ଏହି ବଡ଼ ରାୟ ଶୁଣାଇଛନ୍ତି । କୋର୍ଟଙ୍କ ଏହି ରାୟ ପରେ ୧୧ ଦୋଷୀ ପୁଣି ଜେଲ୍ ଫେରିବେ । କର୍ତ୍ତୃପକ୍ଷଙ୍କ ନିକଟରେ ଦୁଇ ସପ୍ତାହ ମଧ୍ୟରେ ସରେଣ୍ଡର୍ କରିବାକୁ ସୁପ୍ରିମକୋର୍ଟ ୧୧ ଦୋଷୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଜଷ୍ଟିସ ବି.ଭି ନାଗରତ୍ନା ଏବଂ ଜଷ୍ଟିସ ଉଜ୍ଜଲ ଭୁୟାଁଙ୍କ ଖଣ୍ଡପୀଠ ଏହି ମାମଲାରେ ରାୟ ଶୁଣାଇବା ସହ କହିଛନ୍ତି, ଦୋଷୀଙ୍କୁ ଜେଲରୁ ମୁକ୍ତ କରିବାକୁ ଗୁଜରାଟ ସରକାରଙ୍କ କୌଣସି ଅଧିକାର ନାହିଁ। ଏପରି ନିଷ୍ପତ୍ତି ନେଇ ଗୁଜରାଟ ସରକାର ନିଜ କ୍ଷମତାର ଦୁରୁପଯୋଗ କରିଛନ୍ତି। ଗୁଜରାଟ ସରକାର କିପରି ଦୋଷୀମାନଙ୍କୁ କ୍ଷମା କରିପାରିବେ? ମହାରାଷ୍ଟ୍ରରେ ଏହି ମାମଲାର ଶୁଣାଣି ହୋଇଥିଲା । ତେଣୁ ଦୋଷୀଙ୍କୁ ମୁକ୍ତ କରିବା ନିଷ୍ପତ୍ତି କେବଳ ସେହି ରାଜ୍ୟର ସରକାର ହିଁ ନେଇପାରିବେ ।
ଗୁଜରାଟରେ ୨୦୦୨ରେ ଘଟିଥିବା ସାମ୍ପ୍ରଦାୟିକ ଦଙ୍ଗା ସମୟରେ ବିଲକିସ୍ ବାନୋଙ୍କୁ ଗଣବଳାତ୍କାର କରାଯାଇଥିଲା । ସେତେବେଳେ ସେ ଗର୍ଭବତୀ ଥିଲେ । ଏପରିକି ଦଙ୍ଗାକାରୀମାନେ ବିଲକିସ୍ ବାନୋଙ୍କ ତିନି ବର୍ଷର ଝିଅ ସହ ୭ ପରିବାର ସଦସ୍ୟଙ୍କୁ ହତ୍ୟା କରିଥିଲେ । ଏହି ମାମଲାରେ ୧୧ ଜଣ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଥିଲା ।
ତେବେ ଗୁଜରାଟ ସରକାର ଅଗଷ୍ଟ ୨୦୨୨ରେ ସମସ୍ତ ୧୧ ଦୋଷୀଙ୍କ ଦଣ୍ତ କୋହଳ କରି ସେମାନଙ୍କୁ ଜେଲରୁ ମୁକ୍ତ କରିଥିଲେ । ଜେଲରୁ ମୁକୁଳିବା ପରେ ଦୋଷୀ ମାନଙ୍କୁ ଫୁଲମାଳ ପକାଇ ଓ ମିଠା ବାଣ୍ଟି ସ୍ଵାଗତ କରାଯାଇଥିଲା । ଗୁଜରାଟ ସରକାରଙ୍କ ଏହି ନିଷ୍ପତ୍ତି ଚାରିଆଡୁ ସମାଲୋଚନା ହୋଇଥିଲା । ତାଙ୍କ ଗଣବଳାତ୍କାର ଦୋଷୀଙ୍କୁ ମୁକ୍ତ ବିରୋଧରେ ବିଲକିସ୍ ବାନୋ ସୁପ୍ରିମକୋର୍ଟ ଦ୍ବାରସ୍ଥ ହୋଇଥିଲେ ।
ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହାର କଲା ଓଡ଼ିଶା ପରିବହନ ଶ୍ରମିକ ମହାସଂଘ
Next Articleକୁଇ ଭାଷାର ସୁରକ୍ଷା ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
