କେଜ୍ରିୱାଲଙ୍କୁ ଠିକ୍ ନିର୍ବାଚନ ପୂର୍ବରୁ କାହିଁକି ଗିରଫ କରାଗଲା? ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଗିରଫଦାରୀ ବିରୋଧରେ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନର ଶୁଣାଣି ଆଜି ବି ସୁପ୍ରିମକୋର୍ଟରେ ହୋଇଛି। କେଜ୍ରିୱାଲଙ୍କୁ ଗିରଫ କରିବାର ସମୟ ନେଇ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ । ଠିକ୍ ସାଧାରଣ ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଗିରଫ କରାଗଲା ବୋଲି ସୁପ୍ରିମକୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ପଚାରିଛନ୍ତି । ଇଡି ଶୁକ୍ରବାର ଏହି ପ୍ରଶ୍ନର ଜବାବ ରଖିବ। କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରୁଥିବା ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦୀପଙ୍କର [...]
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଗିରଫଦାରୀ ବିରୋଧରେ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନର ଶୁଣାଣି ଆଜି ବି ସୁପ୍ରିମକୋର୍ଟରେ ହୋଇଛି। କେଜ୍ରିୱାଲଙ୍କୁ ଗିରଫ କରିବାର ସମୟ ନେଇ ପ୍ରଶ୍ନ ଉଠାଇଛନ୍ତି ସୁପ୍ରିମକୋର୍ଟ । ଠିକ୍ ସାଧାରଣ ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଗିରଫ କରାଗଲା ବୋଲି ସୁପ୍ରିମକୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ପଚାରିଛନ୍ତି । ଇଡି ଶୁକ୍ରବାର ଏହି ପ୍ରଶ୍ନର ଜବାବ ରଖିବ।
କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରୁଥିବା ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦୀପଙ୍କର ଦତ୍ତାଙ୍କ ଖଣ୍ଡପୀଠ ଇଡିକୁ କିଛି ଗୁରୁତ୍ଵପୂର୍ଣ୍ଣ ପ୍ରଶ୍ନ ପଚାରିଥିଲେ । ଖଣ୍ଡପୀଠ ଇଡିକୁ କହିଛନ୍ତି ” ଆପଣ ନ୍ୟାୟିକ ପ୍ରକ୍ରିୟା ବିନା ଅପରାଧିକ କାର୍ଯ୍ୟାନୁଷ୍ଠାନ କିପରି ଆରମ୍ଭ କରିପାରିବେ ? ଏହି ମାମଲାରେ ଏପର୍ଯ୍ୟନ୍ତ କୌଣସି ବାଜ୍ୟାପ୍ତି ପ୍ରକ୍ରିୟା ଗ୍ରହଣ କରାଯାଇ ନାହିଁ । ଯଦି ଏପରି ହୁଏ, ତେବେ କେଜ୍ରିୱାଲ ଏହି ମାମଲାରେ କିପରି ସମ୍ପୃକ୍ତ ଅଛନ୍ତି ତାହା ପ୍ରମାଣିତ କରନ୍ତୁ।”
ସୁପ୍ରିମକୋର୍ଟ ମନୀଷ ସିସୋଦିଆ ମାମଲାର ଉଦାହରଣ ଦେଇ କହିଛନ୍ତିି, ଏହି (ସିସୋଦିଆ) ମାମଲାରେ ତଦନ୍ତକାରୀ ଅଧିକାରୀ କିଛି ପ୍ରମାଣ ସଂଗ୍ରହ କରିଛନ୍ତି। କିନ୍ତୁ କେଜ୍ରିୱାଲ ମାମଲାରେ ପ୍ରମାଣ କାହିଁ ? ତଦନ୍ତ ଆରମ୍ଭ ଏବଂ ଗିରଫ ମଧ୍ୟରେ ଏତେ ଲମ୍ବା ବ୍ୟବଧାନ କାହିଁକି ବୋଲି ଇଡିକୁ କଡ଼ା ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।
Odisha: RI Nabbed for Taking Bribe in Balangir
Next ArticleNayagarh: Retired Asst. Engineer, JE Sentenced to 3 Yrs Imprisonment for Misappropriating Govt Fund
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
