ନ୍ୟୁଜରୁମ୍ ଓଡ଼ିଶା
ବ୍ରେକିଂ
ଓଡ଼ିଆ

ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ମାମଲାରେ ଏସବିଆଇ ଆବେଦନର ଆଜି ଶୁଣାଣି

ନୂଆଦିଲ୍ଲୀ: ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ପାଇଁ ଅଧିକ ସମୟ ଦାବି କରି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) କରିଥିବା ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ।ସୁପ୍ରିମକୋର୍ଟ ଫେବୃଆରୀ ୧୫ରେ ନିର୍ବାଚନୀ ବଣ୍ଡ୍ ଯୋଜନାକୁ ଅସାମ୍ବିଧାନିକ କହି ଏହାକୁ ରଦ୍ଦ କରିଥିଲେ। ଏହା ସହିତ ୧୨ ଏପ୍ରିଲ ୨୦୧୯ରୁ ବର୍ତ୍ତମାନ ପର୍ଯ୍ୟନ୍ତ କିଣାଯାଇଥିବା ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ସମସ୍ତ ତଥ୍ୟ ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିବାକୁ ସୁପ୍ରିମକୋର୍ଟ ଏସବିଆଇକୁ ନିର୍ଦ୍ଦେଶ [...]

Admin•ମାର୍ଚ୍ଚ 11, 2024
Share Article:

ନୂଆଦିଲ୍ଲୀ: ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ପାଇଁ ଅଧିକ ସମୟ ଦାବି କରି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) କରିଥିବା ଆବେଦନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ।ସୁପ୍ରିମକୋର୍ଟ ଫେବୃଆରୀ ୧୫ରେ ନିର୍ବାଚନୀ ବଣ୍ଡ୍ ଯୋଜନାକୁ ଅସାମ୍ବିଧାନିକ କହି ଏହାକୁ ରଦ୍ଦ କରିଥିଲେ। ଏହା ସହିତ ୧୨ ଏପ୍ରିଲ ୨୦୧୯ରୁ ବର୍ତ୍ତମାନ ପର୍ଯ୍ୟନ୍ତ କିଣାଯାଇଥିବା ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ସମସ୍ତ ତଥ୍ୟ ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିବାକୁ ସୁପ୍ରିମକୋର୍ଟ ଏସବିଆଇକୁ ନିର୍ଦ୍ଦେଶ ଦେଇଥିଲେ ।

ତେବେ ଏସବିଆଇ ଏହି ପ୍ରକ୍ରିୟା ସମୟ ସାପେକ୍ଷ ଦର୍ଶାଇ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ମାଗିଥିଲା।

ଆଜି କୋର୍ଟ ଏହି ପିଟିସନର ଶୁଣାଣି କରିବେ। ଏହାଛଡ଼ା ଏସବିଆଇ ବିରୋଧରେ ଅବମାନନା ମାମଲା ରୁଜୁ ପାଇଁ ଏନଜିଓ ଆସୋସିଏସନ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର)ର ଆବେଦନ ଉପରେ ମଧ୍ୟ କୋର୍ଟ ଶୁଣାଣି କରିବେ । ମାର୍ଚ୍ଚ ୬ ସୁଦ୍ଧା ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ନ କରି ଏସବିଆଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅବମାନନା କରିଛି ବୋଲି ଏଡିଆର ନିଜ ଆବେଦନରେ ଯୁକ୍ତି କରିଥିଲା ।

#Odia#Odisha#News
Share Article:

Related Articles