କେନ୍ଦ୍ରର ‘ଏକ ଦେଶ, ଏକ ନିର୍ବାଚନ’ ନୀତି ବିରୋଧରେ ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ପାରିତ
ଚେନ୍ନାଇ: କେନ୍ଦ୍ରର ପ୍ରସ୍ତାବିତ ‘ଏକ ଦେଶ, ଏକ ନିର୍ବାଚନ’ ନୀତି ବିରୋଧରେ ବୁଧବାର ତାମିଲନାଡୁ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି । ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍ ଆଉ ଏକ ପ୍ରସ୍ତାବ ମଧ୍ୟ ଆଗତ କରି ଜନଗଣନା ଆଧାରରେ ୨୦୨୬ ପରେ ପ୍ରସ୍ତାବିତ ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାକୁ ଆଗକୁ ନ ବଢ଼ାଇବାକୁ ଦାବି କରିଛନ୍ତି । ତାମିଲନାଡୁ ବିଧାନସଭାରେ ଗୃହୀତ ପ୍ରସ୍ତାବରେ କୁହାଯାଇଛି – ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ପଦକ୍ଷେପ ଗଣତନ୍ତ୍ର ବିରୋଧୀ, ଅକରଣୀୟ ଓ [...]
ଚେନ୍ନାଇ: କେନ୍ଦ୍ରର ପ୍ରସ୍ତାବିତ ‘ଏକ ଦେଶ, ଏକ ନିର୍ବାଚନ’ ନୀତି ବିରୋଧରେ ବୁଧବାର ତାମିଲନାଡୁ ବିଧାନସଭାରେ ଏକ ପ୍ରସ୍ତାବ ପାରିତ ହୋଇଛି ।
ମୁଖ୍ୟମନ୍ତ୍ରୀ ଏମ୍.କେ.ଷ୍ଟାଲିନ୍ ଆଉ ଏକ ପ୍ରସ୍ତାବ ମଧ୍ୟ ଆଗତ କରି ଜନଗଣନା ଆଧାରରେ ୨୦୨୬ ପରେ ପ୍ରସ୍ତାବିତ ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାକୁ ଆଗକୁ ନ ବଢ଼ାଇବାକୁ ଦାବି କରିଛନ୍ତି ।
ତାମିଲନାଡୁ ବିଧାନସଭାରେ ଗୃହୀତ ପ୍ରସ୍ତାବରେ କୁହାଯାଇଛି – ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ପଦକ୍ଷେପ ଗଣତନ୍ତ୍ର ବିରୋଧୀ, ଅକରଣୀୟ ଓ ଭାରତର ସମ୍ବିଧାନ ସପକ୍ଷରେ ନୁହେଁ। ଏହାକୁ କାର୍ଯ୍ୟକାରୀ ନ କରିବାକୁ କେନ୍ଦ୍ର ସରକାରଙ୍କୁ କୁହାଯାଇଛି ।
ପ୍ରସ୍ତାବରେ କୁହାଯାଇଛି ଯେ, “ଭାରତ ପରି ଏକ ବୃହତ ତଥା ବିବିଧ ଦେଶରେ ବିଭିନ୍ନ ସମୟରେ ପୌର-ପଞ୍ଚାୟତ ସଂସ୍ଥା, ରାଜ୍ୟ ବିଧାନସଭା ଏବଂ ସଂସଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେଉଛି । ଜନ କୈନ୍ଦ୍ରିକ ପ୍ରସଙ୍ଗ ଆଧାରରେ ଏହି ନିର୍ବାଚନ ଗୁରୁତ୍ୱପୂର୍ଣ୍ଣ। ଏହା ଗଣତାନ୍ତ୍ରିକ ବିକେନ୍ଦ୍ରୀକରଣ ଅବଧାରଣ ବିରୁଦ୍ଧ।
ରାଜ୍ୟସଭା ନିର୍ବାଚନ: ରାଜସ୍ଥାନରୁ ନାମାଙ୍କନ ଦାଖଲ କଲେ ସୋନିଆ ଗାନ୍ଧୀ
Next Articleପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ନାତି ବିଭାକର ଶାସ୍ତ୍ରୀ କଂଗ୍ରେସ ଛାଡ଼ି ବିଜେପିରେ ମିଶିଲେ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
