ବ୍ରହ୍ମପୁରରେ ଆଉ ଦୁଇଟି କୋଭିଡ ହସ୍ପିଟାଲ୍ ଉଦ୍ଘାଟିତ
ଗଞ୍ଜାମରେ ସଂକ୍ରମଣ ହାର କମୁଛି ଗହଳିକୁ ଯାଆନ୍ତୁ ନାହିଁ, କୋଭିଡ ନିୟମକୁ ହାଲ୍କା ଭାବରେ ନିଅନ୍ତୁ ନାହିଁ, ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ: ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ବ୍ରହ୍ମପୁରରେ ଦୁଇଟି କୋଭିଡ ହସ୍ପିଟାଲ୍ (୧୫୦+୧୫୦) ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ [...]
ଗଞ୍ଜାମରେ ସଂକ୍ରମଣ ହାର କମୁଛି ଗହଳିକୁ ଯାଆନ୍ତୁ ନାହିଁ, କୋଭିଡ ନିୟମକୁ ହାଲ୍କା ଭାବରେ ନିଅନ୍ତୁ ନାହିଁ, ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ବ୍ରହ୍ମପୁରରେ ଦୁଇଟି କୋଭିଡ ହସ୍ପିଟାଲ୍ (୧୫୦+୧୫୦) ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ହାର କ୍ରମାଗତ ଭାବରେ କମୁଛି। ଗଞ୍ଜାମରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି ଏବଂ ଜିଲ୍ଲାର ୮୫ ପ୍ରତିଶତ ଗ୍ରାମାଞ୍ଚଳ ସବୁଜ ଅଞ୍ଚଳରେ ରହିଛି।
କିନ୍ତୁ ଯେପର୍ଯ୍ୟନ୍ତ ଟୀକା ବା ନିର୍ଦ୍ଦିଷ୍ଟ ଚିକିତ୍ସା ପଦ୍ଧତ୍ତି ନ ବାହାରିଛି ଏହି ମହାମାରୀ ବିରୁଦ୍ଧରେ ଫଳପ୍ରଦ ଲଢେଇର ଏକମାତ୍ର ଉପାୟ ହେଉଛି ମାସ୍କର ବ୍ୟବହାର, ସାମାଜିକ ଦୂରତ୍ବ ଓ ସରକାରଙ୍କ କୋଭିଡ ନିୟମାବଳୀର ପାଳନ । ତେଣୁ ବର୍ତ୍ତମାନ ପରିସ୍ଥିତିରେ ଆତ୍ମସନ୍ତୋଷର କୌଣସି ସ୍ଥାନ ନାହିଁ । ଜନସାଧାରଣ କୋଭିଡ ନିୟମାବଳୀକୁ ହାଲକା ଭାବରେ ନ ନେଇ ଏହାର ଗୁରୁତ୍ବକୁ ଭଲ ଭାବରେ ବୁଝନ୍ତୁ । ନିଜର ଏବଂ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ସବୁ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଏହି ଅବସରରେ ନିବେଦନ କରିଥିଲେ। ଗହଳି ନ ଯିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ Unlock one ପରେ ଦେଶର ହଟସ୍ପଟ ଅଞ୍ଚଳରୁ ଆମର ଭାଇଭଉଣୀମାନେ ଘରକୁ ଫେରିଛନ୍ତି। ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ, ନିଷ୍ଠା ଏବଂ ଗଞ୍ଜାମର ଜନସାଧାରଣଙ୍କର ସହଯୋଗ ଯୋଗୁ ଗଞ୍ଜାମ ଜିଲ୍ଲା ଏହି ମହାମାରୀ ବିରୁଦ୍ଧରେ ସଫଳତାର ସହ ଲଢେଇ ଜାରି ରଖିଛି । ଏଥିପାଇଁ ଜିଲ୍ଲା ପ୍ରଶାସନକୁ ଏବଂ ଗଞ୍ଜାମର ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । କରୋନା ମହାମାରୀ କବଳରୁ ଲୋକମାନଙ୍କ ଜୀବନରକ୍ଷା ନିମନ୍ତେ ସରକାର ସବୁପ୍ରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରତିବଦ୍ଧତା ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ସାମାଜିକ ଦୂରତ୍ବ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଗୁରୁତ୍ବ ଦେଇଥିଲେ। ବ୍ରହ୍ମପୁରର ଏହି ଦୁଇଟି ହସ୍ପିଟାଲ ଜିଲ୍ଲାର ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାରେ ସହାୟକ ହେବ ବୋଲି ଜଂଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଆଶାପ୍ରକାଶ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁରର ସାସଂଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ ପଣ୍ଡା ଯୋଗ ଦେଇଥିଲେ । ଗଞ୍ଜାମ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ । ବ୍ରହ୍ମପୁର ମ୍ୟୁନିସ୍ପାଲ କମିଶନର ଧନ୍ୟବାଦ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ଅତିରିକ୍ତ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ ଯେ ବ୍ରହ୍ମପୁରର କନିଷି ଠାରେ ଥିବା ଅମିତ୍ ହସ୍ପିଟାଲରେ କଟକର ଅଶ୍ବିନୀ ହସ୍ପିଟାଲ ପକ୍ଷରୁ ଏହି ୧୫୦ ଶଯ୍ୟାବିଶିଷ୍ଟ କୋଭିଡ ହସ୍ପିଟାଲ ସ୍ଥାପନ କରାଯାଇଥିବାବେଳେ ଏଥିରେ ୨୪ଟି ICU ବେଡ୍ ରହିଛି। ସେହିପରି MKCG ହସ୍ପିଟାଲର ଶିଶୁ ୱାର୍ଡରେ ନୂଆ କୋଭିଡ ହସ୍ପିଟାଲ ଆରମ୍ଭ କରାଯାଇଛି । ଏଥିରେ ମଧ୍ୟ ୧୫୦ଟି ଶଯ୍ୟା ରହିଛି ଏବଂ ୨୪ଟି ICU ବେଡ୍ ଅଛି। ପୂର୍ବରୁ ବ୍ରହ୍ମପୁରର ଶିତଳାପଲ୍ଲୀଠାରେ ଟାଟା କୋଭିଡ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି ।
OMC Sets up Covid Care Homes in Bhubaneswar, Three Other Regions
Next ArticleFitness Geeks and Gym Owners Welcome Odisha Government’s Decision To Reopen Gyms
Related Articles
Odisha Govt Transfers 4 IPS Officers
Bhubaneswar: The Odisha government on Tuesday transferred four IPS officers across the state. According to an official notification issued by the Home Department, Dr. Saravana Vivek M., currently SP of Brahmapur, has been posted as Deputy Commissioner of Police (DCP), Bhubaneswar. He will take charge against Jagmohan Meena, who is to be relieved. Abhinav Sonkar, [...]
Odisha Final Electoral Roll Published With 3.16 Crore Electors
Bhubaneswar: Odisha’s electoral roll revision process has concluded with the publication of the Final Electoral Roll 2026 on Monday, recording 3,16,32,754 electors across the state, the Chief Electoral Officer’s (CEO) office said. The revision was carried out with July 1, 2026, as the qualifying date. The draft electoral roll, published on July 5, had listed [...]
Ganjam Steps Up Preparedness as Deep Depression Threatens Heavy Rainfall; Red Warning for Sept 23-24
Ganjam Steps Up Preparedness as Deep Depression Threatens Heavy Rainfall; Red Warning for Sept 23-24
Chatrapur: The Ganjam district administration has intensified its preparedness measures as a deep depression over the Bay of Bengal is likely to move close to the district, bringing the possibility of heavy rainfall and strong winds. An Orange Warning is currently in force, while a Red Warning has been issued for September 23 and 24. [...]
