ରାଜ୍ୟରେ ଆଉ ୬୬ କୋରୋନା ରୋଗୀଙ୍କ ମୃତ୍ୟୁ | News Room Odisha

ରାଜ୍ୟରେ ଆଉ ୬୬ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- କୋରୋନାରେ ଆଉ ୬୬ ଜଣଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି । ଏଥିସହ ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୨୩୬କୁ ବୃଦ୍ଧି ପାଇଛି । ସଂଗୃହୀତ ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ୧୯, କଟକରୁ ୧୧, ଗଞ୍ଜାମରୁ ୧୦, ବାଲେଶ୍ୱରରୁ ୬, ଅନୁଗୁଳରୁ ୪ ଓ କେନ୍ଦୁଝରରୁ ୩ ଜଣଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।