ରାଜ୍ୟରେ ଆଉ ୬୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ଜିଲ୍ଲାରୁ ସଂଗୃହୀତ ତଥ୍ୟ ଅନୁସାରେ ଆଉ ୬୪ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ଆଉ ୨୭ କେରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । କଟକରୁ ୧୭, ବାଲେଶ୍ୱର ଓ କେନ୍ଦୁଝରରୁ ୪ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଞ୍ଜାମ, କେନ୍ଦ୍ରାପଡା, ନୟାଗଡ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Comments are closed.