ଆସନ୍ତା ୨୦ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ, ଏ ବର୍ଷ ଶୀଘ୍ର ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା

କଟକ – ଏହିମାସ ୨୦ ତାରିଖ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଅଫଲାଇନ ପରୀକ୍ଷା ଫଳ । ଏଥିଲାଗି ପ୍ରୟାସ ଚାଲିଛି ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି । ସେ କହିଛନ୍ତି ଯେ, ଚଳିତବର୍ଷ ବହୁ ଅସୁବିଧାର ସତ୍ତ୍ୱେ ଗତବର୍ଷଠାରୁ ଶୀଘ୍ର ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା । ଅଫଲାଇନ ପରୀକ୍ଷା ଦେଇଥିବା ପିଲାଙ୍କୁ ବି ନାମ ଲେଖା ପାଇଁ ଯଥେଷ୍ଟ ସମୟ ମିଳିବ ବୋଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି । ଗତବର୍ଷ କିଛି ସମସ୍ୟା ନ ଥାଇ ଅଗଷ୍ଟ ୨୧ରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏ ବର୍ଷ ସପ୍ତାହେ ପୂର୍ବରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

ମାଟ୍ରିକ ଅଫଲାଇନ ଖାତା ଦେଖା ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ । ୨୦ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Comments are closed.