ରାଜ୍ୟରେ ଆଉ ୬୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ | News Room Odisha

ରାଜ୍ୟରେ ଆଉ ୬୯ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୬୯ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସଂଗୃହୀତ ତଥ୍ୟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକରୁ ୧୩, ସମ୍ବଲପୁରରୁ ୮, ସୁନ୍ଦରଗଡରୁ ୬, ବାଲେଶ୍ୱରରୁ ୬, ବରଗଡରୁ ୫, କେନ୍ଦୁଝରରୁ ୫, ଝାରସୁଗୁଡାରୁ ୪, ଦେବଗଡରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୪୩୫କୁ ବୃଦ୍ଧି ପାଇଛି ।