ଟୋକିଓ ଅଲିମ୍ପିକ୍ସରେ ଭାଗ ନେଇଥିବା ଓଡିଶାର ଚାରି ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ | News Room Odisha

ଟୋକିଓ ଅଲିମ୍ପିକ୍ସରେ ଭାଗ ନେଇଥିବା ଓଡିଶାର ଚାରି ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳର ସଦସ୍ୟ ଥିବା ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଏହି ଦୁଇ ଖେଳାଳିଙ୍କ ସମେତ ଚତୁର୍ଥ ସ୍ଥାନ ହାସଲ କରିଥିବା ଭାରତୀୟ ମହିଳା ହକି ଦଳର ଓଡିଆ ଖେଳାଳି ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ।