ରାଜ୍ୟରେ ଆଉ ୬୭ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ | News Room Odisha

ରାଜ୍ୟରେ ଆଉ ୬୭ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୬୭ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସଂଗୃହୀତ ତଥ୍ୟ ଅନୁସାରେ କଟକ ଜିଲ୍ଲାରୁ ୧୮, ଖୋର୍ଦ୍ଧାରୁ ୧୧, ସମ୍ବଲପୁରରୁ ୯ ରୋଗୀଙ୍କ ମୃତ୍ୟୁ ହୋଇଛି । ଯାଜପୁରରୁ ୫, କେନ୍ଦ୍ରାପଡା ଓ ମୟୂରଭଞ୍ଜରୁ ୪ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର ଓ ପୁରୀରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କୋଭିଡ ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୬୯୭କୁ ବୃଦ୍ଧି ହୋଇଛି ।