କରୋନା ଅପଡେଟ୍: ଦେଶରେ ଆଉ ୪୦,୧୨୦ ନୂଆ ମାମଲା ଚିହ୍ନଟ, ୫୮୫ ମୃତ | News Room Odisha

କରୋନା ଅପଡେଟ୍: ଦେଶରେ ଆଉ ୪୦,୧୨୦ ନୂଆ ମାମଲା ଚିହ୍ନଟ, ୫୮୫ ମୃତ

ନୂଆଦିଲ୍ଲୀ: ଭାରତରେ କ୍ରମାଗତ ଦ୍ବିତୀୟ ଦିନ ୪୦ ହଜାରରୁ ଉର୍ଦ୍ଧ୍ବ କରୋନା ମାମଲା ରିପୋର୍ଟ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ୪୦,୧୨୦ ନୂଆ କରୋନା ମାମଲା ଆସିଥିବା ବେଳେ ୫୮୫ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଗତକାଲି ୪୧,୧୯୫ ମାମଲା ରିପୋର୍ଟ ହୋଇଥିଲା। ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ ୪୨,୧୯୫ ଲୋକ ମଧ୍ୟ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି, ଅର୍ଥାତ୍ ଗତକାଲି ୨୭୬୦ ସକ୍ରିୟ ମାମଲା ହ୍ରାସ ପାଇଛି।

କରୋନା ମହାମାରୀ ଆରମ୍ଭରୁ ଏଯାବତ୍ ମୋଟ ତିନି କୋଟି ୨୧ ଲକ୍ଷ ୧୭ ହଜାର ଲୋକ ସଂକ୍ରମିତ ହୋଇଛନ୍ତି। ଏଥିମଧ୍ୟରୁ ୪ ଲକ୍ଷ ୩୦ ହଜାର ୨୫୪ ଜଣଙ୍କର ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ୩ କୋଟି ୧୩ ଲକ୍ଷ ୨ ହଜାର ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଦେଶରେ କରୋନା ସକ୍ରିୟ ମାମଲା ସଂଖ୍ୟା ବର୍ତ୍ତମାନ ଚାରି ଲକ୍ଷରୁ କମ୍ ରହିଛି। ଦେଶରେ ଏବେ ୩ ଲକ୍ଷ ୮୫ ହଜାର ଲୋକ ଏବେବି ଚିକିତ୍ସାଧୀନ ଅଛନ୍ତି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଅଗଷ୍ଟ ୧୨ ପର୍ଯ୍ୟନ୍ତ ସାରା ଦେଶରେ ୫୨ କୋଟି ୯୫ ଲକ୍ଷ ୮୨ ହଜାର ଡୋଜ୍ କରୋନା ଟିକା ଦିଆଯାଇଛି। ଗତ ୨୪ ଘଣ୍ଟାରେ ୫୭.୩୧ ଲକ୍ଷ ଟିକା ଦିଆଯାଇଥିଲା। ଏଥି ସହିତ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ଅନୁଯାୟୀ ଏପର୍ଯ୍ୟନ୍ତ ୪୮ କୋଟି ୯୪ ଲକ୍ଷ କରୋନା ପରୀକ୍ଷା କରାଯାଇଛି। ଗତକାଲି ପ୍ରାୟ ୧୯.୭୦ ଲକ୍ଷ କରୋନା ନମୁନା ପରୀକ୍ଷା କରାଯାଇଥିଲା, ଯାହାର ପଜିଟିଭିଟି ହାର ୩ ପ୍ରତିଶତରୁ କମ୍ ଅଟେ |