ରାଜ୍ୟର ୧୨ଟି ଜିଲ୍ଲାରେ ହେବ ସେରୋ ସର୍ଭେ

ଭୁବନେଶ୍ୱର- ରାଜ୍ୟର ୧୨ଟି ଜିଲ୍ଲାରେ ସ୍ୱାସ୍ଥ୍ୟକର୍ମୀ ଓ ସାଧାରଣ ଲୋକଙ୍କ ମଧ୍ୟରେ ସେରୋ ସର୍ଭେ କରିବା ପାଇଁ ଆରଏମଆରସିକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର । ଏ ବାବଦରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଭୁବନେଶ୍ୱର ସ୍ଥିତ ଆରଏମଆରସି ନିର୍ଦ୍ଦେଶିକାଙ୍କୁ ଚିଠି ଲେଖିଛନ୍ତି । ଖୋର୍ଦ୍ଧା, ପୁରୀ, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ସେରୋ ସର୍ଭେ କରାଯିବ । ସର୍ଭେ ପାଇଁ ରାଜ୍ୟ ସରକାର ୫୭ ଦଶମିକ ୭୦ ଲକ୍ଷ ଟଙ୍କା ବ୍ୟୟବରାଦ କରିଛନ୍ତି ।

Comments are closed.