ରାଜ୍ୟରେ ଆଉ ୬୯ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ ଆଉ ୬୯ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସଂଗୃହୀତ ତଥ୍ୟ ଅନୁସାରେ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୨, କଟକରେ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳରୁ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ ଓ ଯାଜପୁରରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ, କେନ୍ଦ୍ରାପଡା ଓ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀରୁ ୪, କେନ୍ଦ୍‌ୁଝରରୁ ୩, ମୟୂରଭଞ୍ଜରୁ ୩ ଓ ନୟାଗଡ ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ୨୨୩କୁ ବୃଦ୍ଧି ପାଇଛି ।

Comments are closed.