ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟକାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି- ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ମାଇଲଖୁଂଟ । ମାଲକାନଗିରି ଜିଲ୍ଲାରୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନଗିରି ସଂସ୍କୃତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ହେଲଥ ସ୍ମାର୍ଟ କାର୍ଡ ବିତରଣର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୫୫ ହଜାର ୮୨୩ ଜଣଙ୍କୁ ବଂଟାଯିବ ବିଏସକେୱାଇ ସ୍ମାର୍ଟ କାର୍ଡ । ଏଥିପାଇଁ ଜିଲ୍ଲାରେ ୩୮୧ଟି ସ୍ୱାସ୍ଥ୍ୟ କାର୍ଡ ବିତରଣ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସାରା ରାଜ୍ୟରେ ପର୍ଯ୍ୟାୟକ୍ରମେ ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନ କରାଯିବ । ସ୍ମାର୍ଟ ହେଲଥ କାର୍ଡ ଯୋଗାଇବାରେ ଓଡିଶା ଦେଶର ପ୍ରଥମ ରାଜ୍ୟ ହୋଇଛି ।

Comments are closed.