ପାରାଅଲିମ୍ପିକ୍ସ ପାଇଁ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଟୋକିଓ ପାରା ଅଲିମ୍ପିକ୍ସରେ ଭାଗ ନେଉଥିବା ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସବୁ ବାଧାବିଘ୍ନ ସହ ସଂଘର୍ଷ କରି ପ୍ରତିଯୋଗୀମାନେ ଦେଶ ପାଇଁ ପ୍ରତିନିଧିତ୍ୱ କରୁଛନ୍ତି । ସେମାନେ ଅନ୍ୟମାନଙ୍କ ପାଇଁ ରୋଲ୍ ମଡେଲ୍ ପାଲଟିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ସେମାନେ ଶ୍ରେଷ୍ଠ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବେ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିଠାରୁ ଟୋକିଓ ପାରା ଅଲିମ୍ପିକ୍ସ ଆରମ୍ଭ ହେଉଛି ।

Comments are closed.