ରାଜ୍ୟରେ ଆଉ ୬୯ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର- ରାଜ୍ୟରେ କୋରୋନାରେ ଆଉ ୬୯ ଜଣଙ୍କ ମୃଚ୍ୟୁ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସଂଗୃହୀତ ତଥ୍ୟ ଅନୁସାରେ କଟକ ଜିଲ୍ଲାରୁ ସର୍ବାଧିକ ୨୫, ଜଗତସିଂହପୁରରୁ ୨୧, ଢେଙ୍କାନାଳରୁ ୯ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ପୁରୀ ଓ ଅନୁଗୁଳ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି । ରାଜ୍ୟରେ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ୫୬୨କୁ ବୃଦ୍ଧି ପାଇଛି ।

Comments are closed.