କାବୁଲ ବିମାନବନ୍ଦରରେ ଆତ୍ମଘାତୀ ବିସ୍ଫୋରଣ

କାବୁଲ- କାବୁଲ ବିମାନବନ୍ଦର ନିକଟରେ ଆତ୍ମଘାତୀ ବୋମା ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ବିସ୍ଫୋରଣ ନେଇ ଆମେରିକା ପ୍ରତିରକ୍ଷା ମନ୍ତ୍ରାଳୟ ସୂଚନା ଦେଇଛି । ଏହା ପଛରେ ଆଇଏସଆଇଏସ ଆତଙ୍କବାଦୀଙ୍କ ହାତ ରହିଥିବା ନେଇ ସନ୍ଦେହ କରାଯାଉଛି । କାବୁଲ ବିମାନବନ୍ଦରରେ ଆତଙ୍କବାଦୀ ଆକ୍ରମଣ ହୋଇପାରେ ବୋଲି ପୂର୍ବରୁ ଆଶଙ୍କା ପ୍ରକାଶ କରିଥିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ।

Comments are closed.