ରାଜ୍ୟରେ ଆଉ ୬୮ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ | News Room Odisha

ରାଜ୍ୟରେ ଆଉ ୬୮ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୬୮ ଜଣ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୫, କେନ୍ଦ୍ରାପଡା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଜଗତସିଂହପୁର ଜିଲ୍ଲାରୁ ୬, ଅନୁଗୁଳରୁ ୫, ମୟୂରଭଞ୍ଜରୁ ୫ ଜଣଙ୍କର ମୃତ୍ୟୁ ହୋଇଛି । ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ରୋଗୀ ପ୍ରାଣ ହରାଇଛନ୍ତି । ନୟାଗଡ ଜିଲ୍ଲାରୁ ୨ ଣ ପ୍ରାଣ ହରାଇଥିବା ବେଳେ ବୌଦ୍ଧ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୭୬୫କୁ ବୃଦ୍ଧି ପାଇଛି ।