ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜଣେ ଶିକ୍ଷକ, ରାଜନେତା ଓ ସ୍ୱାଧୀନତା ସଂଗ୍ରାମୀ ବିନାୟକ ଆଚାର୍ଯ୍ୟଙ୍କ ଜୀବନ ଆଦର୍ଶ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ରାଜ୍ୟର ପ୍ରଗତି ସହ ଲୋକଙ୍କ କଲ୍ୟାଣ ଦିଗରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.