ରାଜ୍ୟରେ ୮ ହଜାର ପାର କଲା କୋରୋନା ମୃତ୍ୟୁ ସଂଖ୍ୟା, ଆଉ ୫୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର – ରାଜ୍ୟରେ ଆଉ ୫୩ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କୋରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ପାର କରିଛି । ରାଜ୍ୟରେ ଏ ଯାଏଁ ୮ ହଜାର ୨୨ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଦ୍ୟତମ ରିପୋର୍ଟ ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରୁ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ , ଯାଜପୁର ୪, କେନ୍ଦ୍ରାପଡାରୁ ୨ କୋରାନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, ବଲାଙ୍ଗିର, ଝାରସୁଗୁଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି ।

Comments are closed.