ପାରା ଅଲିମ୍ପିକ୍ସ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଅଭିନନ୍ଦନ

ଭୁବନେଶ୍ୱର – ଟୋକିଓ ପାରା ଅଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡିଆ ପୁଅ ପ୍ରମୋଦ ଭଗତଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚମତ୍କାର ପ୍ରଦର୍ଶନ ପାଇଁ ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ବରଗଡ, ଓଡିଶା ଓ ସାରା ଭାରତର ଲୋକ ତାଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ ପ୍ରମୋଦଙ୍କୁ କହିଛନ୍ତି ।

Comments are closed.