ଲଘୁଚାପରେ ପରିଣତ ହୋଇପାରେ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ, ଦୁଇ ଦିନ ପ୍ରବଳ ବର୍ଷିବା ସମ୍ଭାବନା

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୨ ଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲା ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.