ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | News Room Odisha

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋ ପ୍ରେସରର ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ବର୍ଷା ଲାଗି ରହିଛି । କୋରାପୁଟ ଜିଲ୍ଲାରେ ସର୍ବାଧିକ ପରିମାଣର ବର୍ଷା ହୋଇଛି । ଆଜି ବି ପ୍ରବଳ ବର୍ଷିବ । ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ।