ବାସ୍ତୁଶାସ୍ତ୍ରରେ ଶ୍ରୀଗଣେଶ | News Room Odisha

ବାସ୍ତୁଶାସ୍ତ୍ରରେ ଶ୍ରୀଗଣେଶ

” ବକ୍ରତୁଣ୍ଡ ମହାକାୟ, ସୂର୍ୟକୋଟି ସମପ୍ରଭଃ

ନିର୍ବିଘ୍ନମ୍ କୁରମେଦେବ,ସର୍ବକାର୍ଯ୍ୟେସୁ ସର୍ବଦା।”

ଗଣେଶ ବିଘ୍ନନାଶ, ଅଗ୍ରପୂଜ୍ୟ ହେଉଛନ୍ତି ଶ୍ରୀଗଣେଶ। ନୂତନ ଘରପ୍ରବେଶ ହେଉ ଅବା ଶୁଭକାର୍ଯ୍ୟ, ସର୍ବପ୍ରଥମେ ପୂଜା ପାଆନ୍ତି ଶ୍ରୀଗଣେଶ। ତାଙ୍କୁ ପୂଜାକଲେ ସବୁକିଛି ମଙ୍ଗଳ ହୋଇଥାଏ ବୋଲି ବିଶ୍ୱାସ ରହିଛି। ତେବେ, ବାସ୍ତୁଶାସ୍ତ୍ରରେ ମଧ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ସ୍ଥାନ ଖୁବ ଗୁରୁତ୍ୱପୂର୍ଣ୍ଣ। ଏହାକୁ ଅନୁସରଣ କରି ପ୍ରଭୁଙ୍କ ପ୍ରତିମାର ଠିକ ସ୍ଥାପନ କରିପାରିଲେ ଘରକୁ ସୁଖସମୃଦ୍ଧି ଆସିଥାଏ।

● ଯଦି ଘରର ମୂଖ୍ୟ ଦ୍ୱାର ଦକ୍ଷିଣ ଦିଗକୁ ଖୋଲୁଥାଏ, ତେବେ ସେହି ଦ୍ୱାରର ଉପରେ (ତାହା ଘର ଭିତରେ ହେଉ ଅବା ବାହାରେ) ଗଣେଶଙ୍କର ଛୋଟିଆ ପ୍ରତିମା ଲଗାଇଲେ ଘରର ଦକ୍ଷିଣମୁଖୀ ଦୋଷ କଟିଯାଏ।

● ଘରେ ପ୍ରବେଶ କରିବା ମାତ୍ରେ ଯଦି କିଛି ଅଜଣା ନକରାତ୍ମକ ଭାବ ଉତ୍ପନ ହେଇଥିବା ମନେହୁଏ, ତେବେ ଘର ଭିତରେ ପ୍ରବେଶ ଦ୍ୱାରକୁ ମୁହଁ କରି ଚାହିଁବା ଭଳି ୯” ଇଞ୍ଚର ଏକ ଗଣେଶ ପ୍ରତିମା ସ୍ଥାପନା କରିବା ଭଲ।

●ଘରର ଯେକୈଣସି ଦିଗରେ ଭଗବାନ ଗଣେଶଙ୍କ ପ୍ରତିମା ସ୍ଥାପନା କରିବା ଉଚିତ ନୁହେଁ। ବରଂ ଗଣେଶଙ୍କ ଫୋଟ ଓ ପ୍ରତିମାକୁ ଏଭଳି ରଖିବା ଜରୁରୀ ଯେମିତିକି ତାଙ୍କୁ ପ୍ରଣାମ କରିବା ବେଳେ ଆମର ମୁହଁ ପୂର୍ବ କିମ୍ବା ଉତ୍ତର ଦିଗକୁ ରହିବ। ଅର୍ଥାତ୍ ଶ୍ରୀଗଣେଶଙ୍କ ମୁଖ ସର୍ବଦା ଦକ୍ଷିଣ କିମ୍ବା ପଶ୍ଚିମାଭିମୁଖୀ ରହିବା ଉଚିତ।

●ଘରର ମଧ୍ୟ ଭାଗ ଅର୍ଥାତ ବ୍ରହ୍ମାସ୍ଥଳରେ ତୁଳସୀ ଗଛ ସହିତ ଶ୍ରୀଗଣେଶଙ୍କ ପୂଜା କଲେ ସମ୍ପୁର୍ଣ୍ଣ ଘରକୁ ସକାରାତ୍ମକ ଊର୍ଜା ମିଳିଥାଏ।

● ଘରେ ଶ୍ରୀଗଣେଶଙ୍କର ବସିଥିବା, ଆଶୀର୍ବାଦ ଦେଉଥିବା ଭଙ୍ଗିର ପ୍ରତିମା ପୂଜା କରିବାବେଳେ ବ୍ୟବସାୟିକ ପରିସରରେ ଭଗବାନଙ୍କର ଅନ୍ୟ ମୁଦ୍ରାର ପ୍ରତିମା ତଥା ଫୋଟ ରଖିବା ଭଲ।

● ଶ୍ରୀ ଗଣେଶଙ୍କର ଫୋଟ କିମ୍ବା ମୂର୍ତ୍ତି ଏପରି ସ୍ଥାନରେ ରଖନ୍ତୁ ନାହିଁ ଯାହାର ପଛପଟେ କିମ୍ବା ଆଗରେ ଶୌଚାଳୟ ଥିବ।