ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର, ୧୨ ଓ ୧୩ ତାରିଖରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ପୂର୍ବାନୁମାନ

ଭୁବନେଶ୍ୱର-ଘୁର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରୀ ଓ ତତ୍‌ସଂଲଗ୍ନଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ସେପଟେମ୍ବର ୧୨ ଓ ୧୩ ତାରିଖରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି ।

Comments are closed.