ରାଜ୍ୟରେ ଅନେକ ଜିଲ୍ଲାରେ ଆସନ୍ତା ୫ ଦିନ ପ୍ରବଳ ବର୍ଷିବ, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର – ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କୋରାପୁଟ, ମାଲକାନଗିରି, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୨ରୁ ୧୩ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ବାଲେଶ୍ୱର, ନୟାଗଡ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ରୁ ୧୫ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି ।

Comments are closed.