ଲଘୁଚାପ ପ୍ରଭାବରେ ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର- ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ୧୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, ବାଲେଶ୍ୱର, ନୟାଗଡ, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ପାଣିପାଗ ବିଭାଗ କହିଛି ।

Comments are closed.